Categories: ଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୧: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି।

ଏହି ଭେଟେରାନ ରାଜନେତା ଭାରତର ଦ୍ୱାଦଶ ପ୍ରଧାନମନ୍ତ୍ରୀ ଥିଲେ ଏବଂ ଜୁନ ୧୯୯୬ ରୁ ଏପ୍ରିଲ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୧୯୯୪ରୁ ୧୯୯୬ପର୍ଯ୍ୟନ୍ତ ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବରେ ମଧ୍ୟ ନିର୍ବାଚିତ ହୋଇଥିଲେ।

 

 

 

Share