Posted inଜାତୀୟ

ମନମୋହନ ସିଂହଙ୍କ ବଡ଼ ଘୋଷଣା, ମଲ୍ଲିକାର୍ଜୁନ ଲେଖିଲେ ଭାବବିହ୍ବଳ ଚିଠି

ନୂଆଦିଲ୍ଲୀ,୪।୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ମଙ୍ଗଳବାର ରାଜ୍ୟ ସଭାରୁ ଅବସର ନେଇଛନ୍ତି। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମନମୋହନଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି, ‘ବର୍ତ୍ତମାନ ଆପଣ ଆଉ ରାଜ୍ୟ ସଭାରେ ରହିବେ ନାହିଁ। ଏଥିସହ ସକ୍ରିୟ ରାଜନୀତିରୁ ଅବସର ନେଉଛନ୍ତି। ତଥାପି ଦେଶବାସୀଙ୍କ ପାଇଁ ସ୍ବର ଉତ୍ତୋଳନ ଜାରି ରଖିବେ’।

ମନମୋହନ ଅବସର ନେବାକୁ ଯାଉଥିବାବେଳେ ନଅ ଜଣ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ରାଜ୍ୟ ସଭାର ୫୪ ଜଣ ସଦସ୍ୟ ମଙ୍ଗଳବାର ଓ ବୁଧବାର କାର୍ଯ୍ୟକାଳ ଶେଷ ହେଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ବୁଧବାର (ଏପ୍ରିଲ ୩) ରେ ରାଜ୍ୟ ସଭାରେ ତାଙ୍କର ୩୩ ବର୍ଷ ଧରି ଚାଲିଥିବା ସଂସଦୀୟ ଇନିଂସ ଶେଷ କରିବେ। ସେହିପରି ଦଳର ମୁଖ୍ୟ ସୋନିଆ ଗାନ୍ଧୀ ପ୍ରଥମ ଥର ପାଇଁ ରାଜ୍ୟ ସଭାରେ ପ୍ରବେଶ କରିବେ।

ଅର୍ଥନୀତିରେ ଅନେକ ସଂସ୍କାର ଆଣିବା ପାଇଁ ଜଣାଶୁଣା ମନମୋହନ ସିଂହ, ଅକ୍ଟୋବର ୧୯୯୧ରେ ପ୍ରଥମ ଥର ପାଇଁ ଗୃହର ସଦସ୍ୟ ହୋଇଥିଲେ। ସେ ୧୯୯୧ରୁ ୧୯୯୬ ପର୍ଯ୍ୟନ୍ତ ନରସିଂହ ରାଓ ସରକାରରେ ଅର୍ଥମନ୍ତ୍ରୀ ଏବଂ ୨୦୦୪ରୁ ୨୦୧୪ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଥିଲେ। ୯୧ ବର୍ଷିୟ ମନମୋହନ ସିଂହ ଏପ୍ରିଲ ୩ରେ ନିଜର କାର୍ଯ୍ୟକାଳ ଶେଷ କରିବାକୁ ଯାଉଛନ୍ତି।ଏହାପରେ ତାଙ୍କର ଖାଲି ପଡିଥିବା ରାଜ୍ୟ ସଭା ସିଟ୍‌କୁ ସୋନିଆ ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri