ଚାରି ବର୍ଷ ପରେ ଲଣ୍ଡନରୁ ପାକିସ୍ତାନ ଆସିଲେ ନୱାଜ ଶରିଫ, ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୧/୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଦୀର୍ଘ ଚାରି ବର୍ଷ ପରେ ଲଣ୍ଡନରୁ ସ୍ୱଦେଶ ଫେରିଛନ୍ତି। ଶନିବାର ଅପରାହ୍ନରେ ନୱାଜ ପାକିସ୍ତାନରେ ପହଞ୍ଚିବା ପରେ ଦଳୀୟ ନେତାମାନେ ଜୋରଦାର ସ୍ୱାଗତ ସହିତ ତାଙ୍କୁ ପାଛୋଟି ନେଇଥିଲେ।

ନୱାଜ ବିମାନ ବନ୍ଦରରୁ ସିଧାସଳଖ ଲାହୋର ଯାଇ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ବିମାନ ବନ୍ଦରରେ ପହଞ୍ଚିବା ପରେ ନୱାଜ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ଦେଶର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଚିନ୍ତା ଜାହିର କରିଥିଲେ। ୨୦୧୭ ତୁଳନାରେ ବର୍ତ୍ତମାନ ବହୁଗୁଣରେ ଖରାପ ରହିଛି ବୋଲି ମଧ୍ୟ ସେ କହିଥିଲେ।

ନୱାଜଙ୍କ ଗୃହ ପ୍ରତ୍ୟାବର୍ତ୍ତନ ପରେ ସାନ ଭାଇ ତଥା ପ୍ରଧାନମନ୍ତ୍ରୀ ଶାହବଜ ଶରିଫ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ(ଟୁଇଟର) ରେ ଲେଖିଥିଲେ ” ମୋର ନେତା ନୱାଜ ଶରିଫ ଆଜି ଆପଣଙ୍କ ନିକଟକୁ ଆସିବେ, ସେ ପାକିସ୍ତାନକୁ ଏକଜୁଟ କରିବା ପାଇଁ ଘରକୁ ଫେରିଛନ୍ତି, ଏହାକୁ ଆଉ ବିଭାଜିତ ହେବାକୁ ସେ ଦେବେ ନାହିଁ। ସେ ନିଜର ଲୋକମାନଙ୍କ ମଧ୍ୟରେ ଘୃଣା ନୁହେଁ ଭଲପାଇବା ବାଣ୍ଟିବାକୁ ଆସିଛନ୍ତି। ସେ ଆପଣଙ୍କୁ ଏକ ଭଲ ନାଗରିକ ହେବାରେ ସାହାଯ୍ୟ କରିବାକୁ ଆସିଛନ୍ତି, କୌଣସି ପାର୍ଟି କିମ୍ବା ଗୋଷ୍ଠୀ ପାଇଁ ନୁହେଁ।”

 


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri