Posted inଜାତୀୟ

କୋଲକାତା ବଳାତ୍କାର ମାମଲା: ଗିରଫ ହେଲେ ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ

କୋଲକାତା,୨।୯: କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ସୋମବାର ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ସିବିଆଇ ଏହି ମାମଲାରେ ଏକ ଏଫଆଇଆର୍‌ ପଞ୍ଜୀକୃତ କରିଥିଲା।

କୋଲକାତାର ଆର୍‌.ଜି କର ମେଡିକାଲ କଲେଜକୁ ନେଇ ବିବାଦ ଲାଗି ରହିଛି। ଏଠାରେ ଅଗଷ୍ଟ ୯ରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହା ଏହି ମାମଲାରେ ସିବିଆଇ ତଦନ୍ତ କରୁଛି। ଏଥିରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସଞ୍ଜୟ ରୟଙ୍କୁ ସିବିଆଇ ଗିରଫ କରିସାରିଛି।

ଏହି ଘଟଣାରେ ସନ୍ଦୀପ ଘୋଷଙ୍କ ଭୂମିକାକୁ ନେଇ ପ୍ରଶ୍ନ ଉଠିଛି। ଲଗାତାର ଅନେକ ଦିନ ଧରି ସିବିଆଇ ତାଙ୍କୁ ପଚରାଉଚରା କରୁଥିଲା। ପଚରାଉଚରା ବେଳେ ସନ୍ଦୀପ ଘୋଷ କ୍ରମାଗତ ଭାବରେ ନିଜର ବିବୃତ୍ତି ପରିବର୍ତ୍ତନ କରୁଥିଲେ ଏବଂ ଅନୁସନ୍ଧାନକାରୀ ସଂସ୍ଥା ତାଙ୍କ ବିବୃତ୍ତିରେ ସନ୍ତୁଷ୍ଟ ନଥିଲେ।

ଏହି ମାମଲାରେ ଅର୍ଥ ହେରଫେର ମଧ୍ୟ ଇଡି ଯାଞ୍ଚ କରିବ। ଏହି ପରିପ୍ରେକ୍ଷୀରେ,କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଅଧିକାରୀଙ୍କ ଦ୍ୱାରା ଦାଖଲ ହୋଇଥିବା ପ୍ରଥମ ସୂଚନା ରିପୋର୍ଟ (ଏଫଆଇଆର) ଆଧାରରେ ଇଡି ଇସିଆଇଆର ଦାଖଲ କରିବ। ଗତ ସପ୍ତାହରେ କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ଏହି ମାମଲାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri