Posted inଜାତୀୟ

କୋଲକାତା କାଣ୍ଡ: କୋର୍ଟରୁ ଫେରିବା ସମୟରେ ସନ୍ଦୀପ ଘୋଷଙ୍କୁ ଚାପୁଡା ମାରିଲେ ବ୍ୟକ୍ତି, ଭାଇରାଲ ହେଉଛି…

କୋଲକାତା,୪।୯: କୋଲକାତା ଆର୍‌.ଜି କର କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଉପରେ ଆକ୍ରମଣ ହୋଇଛି। କୋର୍ଟରୁ ବାହାରକୁ ଆସିବା ସମୟରେ ଏକ ବ୍ୟକ୍ତି ତାଙ୍କ ମୁଣ୍ଡକୁ ଚାପୁଡା ମାରିଛନ୍ତି। ସେ ସିଆରଏଫ୍‌ ଏବଂ କୋଲକାତା ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଥିଲେ ମଧ୍ୟ ବ୍ୟକ୍ତି ଜଣଙ୍କ ତାଙ୍କୁ ଚାପୁଡା ମାରିଛନ୍ତି। ଏଥିସହ ତାଙ୍କୁ ଦେଖିବା ମାତ୍ରେ ଲୋକମାନେ ଦୁର୍ବବ୍ୟହାର କରିବା ସହ ଏପରିକି ତାଙ୍କୁ ଫାଶୀ ଦେବାକୁ ନାରା ଲଗାଇଥିଲେ।

ମିଳିଥିବା ସୂଚନାନୁଯାୟୀ,ମଙ୍ଗଳବାର ସିବିଆଇର ଟିମ ସନ୍ଦୀପ ଘୋଷଙ୍କୁ ନେଇ ଅଲିପୁର କୋର୍ଟରେ ପହଞ୍ଚିଥିଲା। ସେହି ସମୟରେ ବହୁ ସଂଖ୍ୟକ ଲୋକଙ୍କର ଭିଡ ରହିଥିଲା। କୋର୍ଟରୁ ଫେରିବା ସମୟରେ ତାଙ୍କ ଚାରିପାଖରେ ବିରୋଧ ଆରମ୍ଭ ହୋଇଯାଇଥିଲା। ସେହି ସମୟରେ ଜଣେ ବ୍ୟକ୍ତି ତାଙ୍କୁ ଚାପୁଡା ମାରିଥିଲେ ।ଯାହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି।

ଆର୍‌.ଜି. କର ମେଡିକାଲ କଲେଜ ଆର୍ଥତ୍କ ଅନିୟମିତତା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ଗିରଫ କରିବାର ଦିନକ ପରେ ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ବିଭାଗ ତାଙ୍କୁ ନିଲମ୍ବନ କରିଛି। ତାଙ୍କ ବିରୋଧରେ ଆପରାଧିକ ତଦନ୍ତ ଚାଲିଥିବାରୁ ପଶ୍ଚିମବଙ୍ଗ ସର୍ଭିସେସ (କ୍ଲାସିଫିକେଶନ, କଣ୍ଟ୍ରୋଲ ଆଣ୍ଡ ଅପିଲ) ରୁଲ୍ସ, ୧୯୭୧ର ରୁଲ ୯(୧ସି) ଅନୁଯାୟୀ ତାଙ୍କୁ ନିଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ଗତ ମାସ ୯ ତାରିଖରେ ଉକ୍ତ ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ସନ୍ଦୀପ୍ଙ୍କୁ ପ୍ରିନ୍ସିପାଲ ପଦରୁ ହଟାଯାଇ ତାଙ୍କୁ କାଲ୍କାଟା ନ୍ୟାଶନାଲ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରିନ୍ସପାଲ ନିଯୁକ୍ତ କରାଯାଇଥିଲା। ଏହାକୁ ନେଇ ବିବାଦ ଜୋର୍ଦାର ହେବାରୁ ତାଙ୍କୁ ଅର୍ନିଦ୍ଦିଷ୍ଟ କାଳ ଛୁଟିରେ ରହିବାକୁ କୁହାଯାଇଥିଲା। ଅନିୟମିତତା ମାମଲାରେ ଗିରଫ ସନ୍ଦୀପଙ୍କୁ ୮ ଦିନ ପାଇଁ ସିବିଆଇ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri