Posted inଜାତୀୟ

ଝିଅ-ପୁଅଙ୍କ ସହ ଆଜି ଭାଜପାରେ ସାମିଲ ହେବେ କ୍ୟାପଟେନ, ଏମ୍‌ପି ପତ୍ନୀ ରହିବେ କଂଗ୍ରେସରେ

ଜଳନ୍ଧର,୧୯ ।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଦଳ ସୋମବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ବିଲିନ ହୋଇଯିବ । କ୍ୟାପଟେନ ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିବେ । କ୍ୟାପଟେନଙ୍କ ସହ ପଞ୍ଜାବର ୬ ଜଣ ପୂର୍ବତନ ବିଧାୟକ, କ୍ୟାପଟେନଙ୍କ ପୁଅ ରଣ ଇନ୍ଦର ସିଂ, ଝିଅ ଜୟ ଇନ୍ଦର କୌର, ନାତି ନିର୍ବାଣ ସିଂ ବି ଭାଜପାରେ ସାମିଲ ହେବେ । ହେଲେ କ୍ୟାପଟେନଙ୍କ ପତ୍ନୀ ଏମ୍‌ପି ପରନିତ କୌର ଏବେ କଂଗ୍ରେସରେ ରହିବେ ।
ସୂଚନାଯୋଗ୍ୟ, ଗତ ବିଧାନସଭା ନିର୍ବାଚନରେ କ୍ୟାପଟେନ କଂଗ୍ରେସ ଛାଡି ପଞ୍ଜାବ ଲୋକ କଂଗ୍ରେସ ଦଳ ଗଠନ କରି ଭାଜପା ସହ ମେଣ୍ଟ କରିଥିଲେ । ସେ ସମୟରେ ତାଙ୍କ ପୁଅ ରଣ ଇନ୍ଦର ସିଂ ଭାଜପା ସହ ତାଳ ମେଳ କରି ଟିକେଟ ବାଣ୍ଟିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ହେଲେ ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ଝଡରେ କ୍ୟାପଟେନଙ୍କ ଦଳ ସହ ଭାଜପା ବି ଉଡି ଯାଇଥିଲା ।
ଏବେ ପଞ୍ଜାବରେ ଭାଜପା ଏଏପି ବିରୋଧରେ ଅପରେଶନ ଲୋଟସ ଚଳାଇଥିବା ବେଳେ କ୍ୟାପଟେନଙ୍କ ଭାଜପା ମିଶ୍ରଣ ଗୁରୁତ୍ୱ ରଖେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?