ପୂର୍ବତନ ରେଞ୍ଜର, ସ୍ତ୍ରୀଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୦।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସନ୍ତୋଷ କୁମାର ଜେନା ଜଣେ ପୂର୍ବତନ ରେଞ୍ଜର ଏବଂ ସ୍ତ୍ରୀଙ୍କୁ ୩ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଉଭୟଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଦମ୍ପତି ହେଲେ ବୌଦ୍ଧ ଜିଲା ପୁରୁଣାକଟକର ପୂର୍ବତନ ରେଞ୍ଜର ଦିଲୀପ କୁମାର ଦିଗାଲ ଓ ତାଙ୍କ ସ୍ତ୍ରୀ ସୂଜାତା ନାୟକ।

ପ୍ରକାଶ ଯେ, କନ୍ଧମାଳ ଜିଲା ଟିକାବାଲି ଥାନା ବ୍ରେକା ଗ୍ରାମରେ ଦିଲୀପଙ୍କ ଘର। ସେ ପୁରୁଣାକଟକରେ ରେଞ୍ଜର ଭାବେ କାର୍ଯ୍ୟରତ ଥିଲେ । ୨୦୧୧ରେ ତାଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ସେପ୍ଟେମ୍ବର ୨୩ରେ ଭିଜିଲାନ୍ସ ବିଭାଗ ଏ ନେଇ ୪୨/୧୧ରେ ମାମଲା ରୁଜୁ କରିଥିଲା। ତଦନ୍ତ ବେଳେ ଦିଲୀପ ନିଜ ଆୟ ଠାରୁ ୪୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସ୍ଥାବର ଏବଂ ଅସ୍ଥାବର ସମ୍ପତ୍ତି ଠୁଳ କରିଥିବା ସ୍ପଷ୍ଟ ହୋଇଥିଲା। ସେଥିରେ ଫୁଲବାଣୀ କବରଖାନା ସାହିରେ ୨ ମହଲା କୋଠା ଏବଂ ଭୁବନେଶ୍ୱର ନିଳାଦ୍ରୀ ବିହାରରେ ୩ ମହଲା ବିଶିଷ୍ଟ କୋଠା ରହିଛି। ଏହି ମାମଲାରେ ମୋଟ ୪୫ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି.ଭି. ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri