ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଗତବର୍ଷ ବିରଞ୍ଚିଙ୍କ ସ୍ତ୍ରୀ ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇଥିଲେ। ତାଙ୍କୁ ସେବା କରିବାକୁ ବିରଞ୍ଚତ୍ ଜଣେ ନାବାଳିକାଙ୍କୁ ଆଣି ଘରେ ରଖିଥିଲେ। ହେଲେ ବିବାହର ଦୀର୍ଘବର୍ଷ ପରେ ମଧ୍ୟ ବିରଞ୍ଚିଙ୍କ କୌଣସି ସନ୍ତାନ ନ ହେବାରୁ ନାବାଳିକାଙ୍କ ବାପା ସହିତ କଥାବାର୍ତ୍ତା କରି ତାଙ୍କୁ ସ୍ତ୍ରୀ ଭାବେ ରଖିଥିଲେ। ପ୍ରାୟ ୧ବର୍ଷ ହେବ ବିରଞ୍ଚି ନାବାଳିକାଙ୍କୁ ବଳାତ୍କାର କରିଆସୁଥିଲେ। ଏପରି କି ନାବାଳିକାଙ୍କୁ ପରିବାର ଲୋକଙ୍କ ସହ କଥା କରାଇ ଦେଉ ନ ଥିଲେ। ଗତ ୧୯ ତାରିଖରେ ନାବାଳିକା ଜଣକ କୌଶଳ କ୍ରମେ ଖସିଆସି ପରିବାର ଲୋକଙ୍କୁ ସବୁକଥା କହି କେଉଁ ଆଡ଼େ ଚାଲିଯାଇଥିଲେ। ଏ ନେଇ ୨୦ତାରିଖରେ ନାବାଳିକାଙ୍କ ବାପା ନାକଟିଦେଉଳ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୮୩/୨୨) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ କିଶିଣ୍ଡା ଥାନା ଅଞ୍ଚଳରେ ରହିଥିବା ସମ୍ପର୍କୀୟଙ୍କ ଘରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ ବିରଞ୍ଚିଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ବିଭୂତି ଭୂଷଣ ଦଳାଇ କହିଛନ୍ତି। ସୂଚନାଯୋଗ୍ୟ, ବିରଞ୍ଚତ୍ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ସାହେବୀ ପଞ୍ଚାୟତର ସରପଞ୍ଚ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri