ନାବାଳିକାଙ୍କୁ ବଳାତ୍କାର କରି ପୂର୍ବତନ ସରପଞ୍ଚ ଗିରଫ

ନାକଟିଦେଉଳ,୨୩ା୪(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ନାକଟିଦେଉଳ ପୋଲିସ ଏହି ବ୍ଲକ ଅନ୍ତର୍ଗତ ସାହେବୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିରଞ୍ଚି ବେହେରା(୫୪)ଙ୍କୁ ଗିରଫ କରିଛି।

ସୂଚନା ଅନୁସାରେ, ଗତବର୍ଷ ବିରଞ୍ଚିଙ୍କ ସ୍ତ୍ରୀ ପୁରୀରୁ ଫେରୁଥିବା ବେଳେ ଦୁର୍ଘଟଣାରେ ଆହତ ହୋଇଥିଲେ। ତାଙ୍କୁ ସେବା କରିବାକୁ ବିରଞ୍ଚତ୍ ଜଣେ ନାବାଳିକାଙ୍କୁ ଆଣି ଘରେ ରଖିଥିଲେ। ହେଲେ ବିବାହର ଦୀର୍ଘବର୍ଷ ପରେ ମଧ୍ୟ ବିରଞ୍ଚିଙ୍କ କୌଣସି ସନ୍ତାନ ନ ହେବାରୁ ନାବାଳିକାଙ୍କ ବାପା ସହିତ କଥାବାର୍ତ୍ତା କରି ତାଙ୍କୁ ସ୍ତ୍ରୀ ଭାବେ ରଖିଥିଲେ। ପ୍ରାୟ ୧ବର୍ଷ ହେବ ବିରଞ୍ଚି ନାବାଳିକାଙ୍କୁ ବଳାତ୍କାର କରିଆସୁଥିଲେ। ଏପରି କି ନାବାଳିକାଙ୍କୁ ପରିବାର ଲୋକଙ୍କ ସହ କଥା କରାଇ ଦେଉ ନ ଥିଲେ। ଗତ ୧୯ ତାରିଖରେ ନାବାଳିକା ଜଣକ କୌଶଳ କ୍ରମେ ଖସିଆସି ପରିବାର ଲୋକଙ୍କୁ ସବୁକଥା କହି କେଉଁ ଆଡ଼େ ଚାଲିଯାଇଥିଲେ। ଏ ନେଇ ୨୦ତାରିଖରେ ନାବାଳିକାଙ୍କ ବାପା ନାକଟିଦେଉଳ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୮୩/୨୨) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ କିଶିଣ୍ଡା ଥାନା ଅଞ୍ଚଳରେ ରହିଥିବା ସମ୍ପର୍କୀୟଙ୍କ ଘରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ ବିରଞ୍ଚିଙ୍କୁ ଗିରଫ କରିଛି। ଶନିବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ବିଭୂତି ଭୂଷଣ ଦଳାଇ କହିଛନ୍ତି। ସୂଚନାଯୋଗ୍ୟ, ବିରଞ୍ଚତ୍ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ସାହେବୀ ପଞ୍ଚାୟତର ସରପଞ୍ଚ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?