ଜେଲ ଗଲେ ପୂର୍ବତନ ସରପଞ୍ଚ

ବ୍ରହ୍ମପୁର,୧୨ା୪(ସୁବାସ ଚନ୍ଦ୍ର ପାଢ଼ୀ) ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ଶୁକ୍ରବାର ଏକ ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାର କରି ଜଣେ ପୂର୍ବତନ ସରପଞ୍ଚଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୩ ମାସ ସଶ୍ରମ ଜେଲ ଦଣ୍ଡ ଭୋଗିବାକୁ ଆଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ଗଜପତି ଜିଲା କାଶୀନଗର ବ୍ଲକ କିଡିଗାଁ ପଞ୍ଚାୟତର ତତ୍କାଳୀନ ସରପଞ୍ଚ ଡି.ରାମାରାଓ(୪୯)। ମାମଲାର ବିଚାର ପ୍ରକ୍ରିୟା ଚାଲିଥିବା ବେଳେ ଅନ୍ୟତମ ଅଭିଯୁକ୍ତ ଉକ୍ତ ପଞ୍ଚାୟତର ଗ୍ରାମସେବକ ତଥା ନିର୍ବାହୀ ଅଧିକାରୀ ଆଦିକନ୍ଦ ରାଇତାଙ୍କ ମୃତ୍ୟୁ ଘଟିଥିଲା। ତେଣୁ ତାଙ୍କୁ ମାମଲାରୁ ବାଦ ଦିଆଯାଇଥିଲା।

୨୦୦୬-୦୭ ଆର୍ଥିକ ବର୍ଷରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପଞ୍ଚାୟତରେ ରାସ୍ତା ନିର୍ମାଣ ଓ ଅନ୍ୟାନ୍ୟ କାମ ପାଇଁ ଅର୍ଥ ମଞ୍ଜୁର ହୋଇଥିଲା। ସେଥିରୁ ଅର୍ଥ ଆତ୍ମସାତ ହୋଇଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସର ଏକ ଟିମ୍‌ ଘଟଣାର ତଦନ୍ତ କରିଥିଲେ। ତଦନ୍ତ ବେଳେ ୧ ଲକ୍ଷ ୪୧ ହଜାର ୨୫୧ ଟଙ୍କାର ହିସାବ ସରପଞ୍ଚ ଓ ଗ୍ରାମସେବକ ଦେଇପାରି ନ ଥିଲେ।

ପଞ୍ଚାୟତର ସୁକର୍ଣ୍ଣପେଟାରୁ ବାଇରିଗୁଡା ରାସ୍ତା ପାଇଁ ୫୯ ହଜାର ୨୩ ଟଙ୍କା ମିଥ୍ୟା ବିଲ ଦାଖଲ କରିଥିବା ଜଣାପଡ଼ିଥିଲା। ସେହିପରି ଭେଙ୍କଟପୁରରୁ ଅପଲାନାଇଡୁପେଟା ଗ୍ରାମ ରାସ୍ତା କାମ ପାଇଁ ୪୮ ହଜାର ୨୯୫ ଟଙ୍କାର ମିଥ୍ୟା ବିଲ ଦିଆଯାଇଥିବା ଜଣାପଡିଥିଲା। ୧୦ ହଜାର ଟଙ୍କାର ଋଣ ପରିଶୋଧ କରିଥିବା କ୍ୟାଶବୁକରେ ଲେଖାଯାଇଥିବା ବେଳେ ସେ ସମ୍ପର୍କରେ ଋଣ ଆଣିଥିବା କେଉଁଠାରେ ଦର୍ଶାଯାଇ ନ ଥିଲା।

ଅନ୍ୟପକ୍ଷରେ ଚାଉଳ କିଣା ବାବଦକୁ ୧୩ ହଜାର ୯୭୩ ଟଙ୍କାର ମିଥ୍ୟା ବିଲ ଦାଖଲ ହୋଇଥିବା ମଧ୍ୟ ସେ ସମୟରେ ଜଣାପଡିଥିଲା। ୨୦୦୯ ଅଗଷ୍ଟ ୧୫ ତାରିଖରୁ ୨୦୦୯ ନଭେମ୍ବର ୨ ତାରିଖ ମଧ୍ୟରେ ଏସବୁ ଅନିୟମିତା ହୋଇଥିଲା। ବ୍ରହ୍ମପୁର ଭିଜିଲାନ୍ସ ଏ ନେଇ ୨୦୧୧ ଡିସେମ୍ବର ୩ ତାରିଖରେ ନଂ. ୫୪/୧୧ରେ ମାମଲା ରୁଜୁ କରିଥିଲା। ମାମଲାର ବିଚାର ବେଳେ ୧୨ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri