ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି

ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ ସରପଞ୍ଚ ଶାଗୁ ମାଝୀଙ୍କର ପରଲୋକ ଘଟିଛି । ଗତ ଶନିବାର ଅପରାହ୍ନରେ ଏକ କାର୍ ସହ ତାଙ୍କ ବାଇକ୍‌ର ମୁହାଁମୁହିଁ ଧକ୍କା ହେବା ଫଳରେ ସେ ଗୁରୁତର ହୋଇଥିଲେ । ଆଜି ରବିବାର ଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ଗତ ଶନିବାର ଥୁଆମୂଳ ଗ୍ରାମର ମହେନ୍ଦ୍ର ପ୍ରଧାନୀ ଓ ଶାଗୁ ମାଝୀ କାଣିଗୁମା ହାଟରୁ ବଜାର ସାରି ବାଇକ୍ (OD08L0420) ଯୋଗେ ଘରକୁ ଫେରୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ କାର୍ (OD02AG8844) ସହ ସେମାନଙ୍କର ଧକ୍କା ହୋଇଥିଲା। ଶାଗୁ ମାଝୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ରାୟପୁରର ଏକ ଘରୋଇ ମେଡିକାଲରେ ଆଇସିୟୁରେ ରଖାଯାଇଥିଲା। ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ଥୁଆମୂଳ ରାମପୁର ଥାନାରେ କେସ୍ ନଂ ୧୧/୨୫ ରେ ଏକ ମାମଲା ରୁଜୁ କରାଯାଇଛି।

ଏହି ଦୁର୍ଘଟଣା ପାଇଁ ଗୁଣୁପୁର-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟର ମନ୍ଥର ଗତି ଓ ଅବହେଳାକୁ ଦାୟୀ କରାଯାଇଛି । ରାସ୍ତାରେ ଧୂଳି ଓ ଚିପ୍ସ ବିଛାଡ଼ି ହୋଇ ପଡ଼ିଥିଲେ ହେଁ ନିୟମିତ ପାଣି ସିଞ୍ଚନ କରାଯାଉ ନଥିବାରୁ ଦୃଶ୍ୟମାନ ଦୂରତା କମି ଯାଉଛି । ଏନେଇ ଥୁଆମୂଳ ସରପଞ୍ଚ ବଳଭଦ୍ର ଜାନୀ କହିଛନ୍ତି ଯେ, ରାସ୍ତା ନିର୍ମାଣାଧୀନ ଥିବା ବେଳେ ସୁରକ୍ଷା ନିୟମକୁ ଗୁରୁତ୍ୱ ଦିଆଯାଉ ନାହିଁ। ଶାଗୁ ମାଝୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହେଉଛି । ରାସ୍ତା ନିର୍ମାଣ କାର୍ଯ୍ୟ କରୁଥିବା ଠିକା ସଂସ୍ଥା ଓ ବିଭାଗୀୟ ଅଧିକାରୀଙ୍କ ପ୍ରତି ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ପଦକ୍ଷେପ ନେବାକୁ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?