ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ମାଓବାଦୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୫: କନ୍ଧମାଳ ଜିଲାରେ ରକ୍ତମୁଖା ହୋଇ ଉଠିଛନ୍ତି ମାଓବାଦୀ। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତର ପ୍ରଥମ ସରପଞ୍ଚଙ୍କୁ ରାତିରେ ଗୁଳିକରି ହତ୍ୟା କରିଛନ୍ତି। ମୃତ ପୂର୍ବତନ ସରପଞ୍ଚ ହେଲେ ସାଉଲିପଡା ଗାଁର ସୁବଳ କହଁର।
ସବୁଦିନ ପରି ସୁବଳ ପରିବାର ସହ ଘରେ ଥିଲେ ା ରାତିରେ ୨୦ଜଣ ମାଓବାଦୀ ଆସି ଘର ପାଖରେ ପହଞ୍ଚି ଥିଲେ। ସେମାନଙ୍କ ମଧ୍ୟରୁ ୫ରୁ ୭ ଜଣ ସୁବଳଙ୍କୁ ଘରୁ ବାହାରକୁ ଡାକିଥିଲେ। ମାଓବାଦୀଙ୍କୁ ଦେଖି ଭୟରେ ସୁବଳ ଘର ପଛପଟୁ ଦଉଡି ପଳାଇବାକୁ ଚେଷ୍ଟା କରିଥିଲେ। ହେଲେ ମାଓବାଦୀମାନେ ତାଙ୍କୁ ପଛ ପଟୁ ଗୁଳି କରିଥିଲେ। ସେ ଘର ପାଖ ବିଲରେ ପଡି ଯିବାରୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କମରିଥିଲେ। ଘଟଣାସ୍ଥଳରେ ହିଁ ସୁବଳଙ୍କ ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ମାଓବାଦୀ କିଛି ପୋଷ୍ଟର, ଲିଫଲେଟ ଛାଡି ଯାଇଛନ୍ତି ା ଗୁରୁବାର ଅପରାହ୍ନରେ ଫିରିଙ୍ଗିଆ ପୋଲିସ ଘଟଣାସ୍ଥଳରୁ ସୁବଳଙ୍କ ମୃତଦେହକୁ ଏକ ଅଟୋରେ ସାଡିଙ୍ଗିଆ ଅଣିଥିଲା। ସେଠାରୁ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲା ମୁଖ୍ୟ ଚିକତ୍ସାଳୟକୁ ପଠାଯାଇଛି ା
୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବେଳେ ସୁମରବନ୍ଧକୁ ନୂତନ ପଞ୍ଚାୟତ ଘୋଷଣା କରାଯାଇଥିଲା ା ସାମାଜିକ କର୍ମୀ ସୁବଳ କହଁର ନିର୍ବାଚନ ଲଢ଼ି ପ୍ରଥମ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?