ଜାମିନରେ ଆସିଥିବା ପୂର୍ବତନ ସରପଞ୍ଚଙ୍କୁ ହାଣି ଦେଲେ

ବ୍ରହ୍ମପୁର ଅଫିସ,୫।୧୧: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ବିଷୋୟୀଙ୍କୁ ଶୁକ୍ରବାର କିଛି ଦୁର୍ବୃତ୍ତ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ସୁକୁଣ୍ଡା ରାସ୍ତାରେ ଦୁର୍ବୃତ୍ତମାନେ ଖଣ୍ଡା, କାତିରେ ପ୍ରଦୀପଙ୍କ ମୁଣ୍ଡକୁ ହାଣି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ରାସ୍ତାକଡ଼ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ ରଖିଛି। ଘଟଣାସ୍ଥଳରୁ ପ୍ରଦୀପଙ୍କ ସ୍କୁଟି ଜବତ କରାଯାଇଛି। ସ୍କୁଟି ଚାବି ଡିକିରେ ଲାଗି ରହିଥିବା ଦେଖିବାକୁ ମିଳିଛି। ସେଠାରେ ପଡ଼ିଥିବା କିଛି କାଗଜପତ୍ରକୁ ପୋଲିସ ଜବତ କରିଛି। ବ୍ରହ୍ମପୁର ଟାଉନ୍‌ ଏସ୍‌ଡିପିଓ ବିଷ୍ଣୁପ୍ରସାଦ ପତି, ବଡ଼ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

ପ୍ରଦୀପ ବ୍ରହ୍ମପୁର ଗେଟବଜାରରେ ପରିବାର ସହ ରହୁଥିଲେ। ସେ ଅନନ୍ତେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ଓ କୁକୁଡ଼ାଖଣ୍ଡି ବ୍ଲକର ପୂର୍ବତନ କଂଗ୍ରେସ ସଭାପତି ମଧ୍ୟ ଥିଲେ। ଶୁକ୍ରବାର ପ୍ରଦୀପ ସ୍କୁଟିରେ ଅନନ୍ତେଇ ଗ୍ରାମସ୍ଥିତ ତାଙ୍କ ଫାର୍ମକୁ ଯାଉଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ଅଟକାଇବା ପରେ ସେ ସ୍କୁଟି ଡିକି ଖୋଲି କିଛି କାଗଜପତ୍ର ବାହାର କରିବା ସମୟରେ ପଛପଟୁ ଆକ୍ରମଣ କରିଥିବା ପୋଲିସ ଅନୁମାନ କରୁଛି। ପ୍ରଦୀପଙ୍କ ସ୍ତ୍ରୀ ଗୀତାଞ୍ଜଳଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ହତ୍ୟା ମାମଲା(ନଂ.୨୨୭/୨୧) ରୁଜୁ କରଇଛି।

ସୂଚନାଯୋଗ୍ୟ, ପୂର୍ବରୁ ବନ୍ଥପଲ୍ଲୀରେ ହୋଇଥିବା ଏକ ହତ୍ୟା ମାମଲାରେ ପ୍ରଦୀପ ଗିରଫ ହୋଇ ଜେଲ୍‌ ଯାଇଥିଲେ। କିଛିଦିନ ହେଲା ସେ ଜାମିନରେ ଆସିଥିଲେ ବୋଲି ତାଙ୍କର ଓକିଲ କହିଛନ୍ତି। ପୋଲିସ ଏ ଦିଗରେ ଅଧିକ ତଦନ୍ତ ଜାରି ରଖିଛି ବୋଲି ଟାଉନ ଏସଡ଼ିପିଓ ବିଷ୍ଣୁପ୍ରସାଦ ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri