ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ହୃଦ୍‌ରୋଗ, ଯକୃତ ଓ କର୍କଟଜନିତ ରୋଗରେ ପୀଡ଼ିତ ଥିଲେ। ସ୍ବର୍ଗତଃ ଦିହୁଡ଼ି ଭଞ୍ଜନଗର ଅଞ୍ଚଳର ଜଣେ ପୁରାତନ ଓ ପରିଚିତ ବସ୍‌ ମାଲିକ ଥିଲେ। ସେ ବସ୍‌ ମାଲିକ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ସହ ଦୀର୍ଘଦିନ ଧରି ଜଡ଼ିତ ରହିଥିଲେ। ରାଜ୍ୟ ସଂଘ ପକ୍ଷରୁ କୌଣସି ଡାକରା ଆସିଲେ ସେ ସର୍ବଦା ସକ୍ରିୟ ଭାବେ ଯୋଗଦେଉଥିଲେ। ମେଳାପୀ, ବନ୍ଧୁବତ୍ସଳ ସ୍ବଭାବ ପାଇଁ ସେ ସମସ୍ତଙ୍କ ନିକଟରେ ପରିଚିତ ଥିଲେ। ତାଙ୍କ ବିୟୋଗରେ ଭଞ୍ଜନଗର ସମେତ ସମଗ୍ର ଗଞ୍ଜାମ ଜିଲାର ବସ୍‌ ମାଲିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ତାଙ୍କ ପରଲୋକ ସଂଘ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସଂଘ ପକ୍ଷରୁ କୁହାଯାଇଛି।

ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସ୍ବର୍ଗତଃ ଦିହୁଡିଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯିବା ସହ ଶୋକସନ୍ତପ୍ତ ପରିବାରକୁ ଏହି ଦୁଃଖଦ ସମୟରେ ଧୈର୍ଯ୍ୟ ଓ ସାହସ ପ୍ରଦାନ ପାଇଁ ପ୍ରାର୍ଥନା କରାଯାଇଥିବା ସଂଘର ବରିଷ୍ଠ କର୍ମକର୍ତ୍ତା ବିପ୍ର ଚରଣ ବାରିକ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୁକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri