Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ ଡୁପ୍ଲେସି

ଆବୁଧାବି,୬ା୧୨: ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ଆଉ ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ। ଆସନ୍ତା ଟି୨୦ ବିଶ୍ୱକପ୍‌ ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକାର କୋଚ୍‌ ରବ ଓ୍ବାଲଟର। ଅନ୍ତର୍ଜାତୀୟ କ୍ରିକେଟରୁ ଆନୁଷ୍ଠାନିକ ଭାବେ ଅବସର ନେଇ ନ ଥିଲେ ମଧ୍ୟ ୩ ବର୍ଷ ହେବ ସେ ଦକ୍ଷିଣ ଆଫ୍ରିକା ପାଇଁ ଖେଳିନାହାନ୍ତି।

୨୦୨୦ରେ ଶେଷ ଥର ଦକ୍ଷିଣ ଆଫ୍ରିକା ପାଇଁ ଏକ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ବର୍ତ୍ତମାନ ଆବୁଧାବିରେ ଟି୧୦ ଲିଗ୍‌ ଖେଳୁଥିବା ୩୯ ବର୍ଷୀୟ ଡୁପ୍ଲେସି ମଧ୍ୟ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ସପକ୍ଷରେ ଥିବା କହିଛନ୍ତି। ସେ ଶେଷ ଥର ପାଇଁ ୨୦୧୬ ଟି୨୦ ବିଶ୍ୱକପ ଖେଳିଥିଲେ। ଏହା ପରଠାରୁ ତାଙ୍କୁ ଟି୨୦ ଦଳରେ ସ୍ଥାନ ମିଳିନାହିଁ।

ସୋମବାର ଦକ୍ଷିଣ ଆଫ୍ରିକା କୋଚ୍‌ ଓ୍ବାଲ୍‌ଟର କହିଥିଲେ, ଡୁପ୍ଲେସି, କ୍ୱିଣ୍ଟନ ଡି କକ୍‌ ଓ ରାଇଲି ରୋଷୋଙ୍କ ପରି ଖେଳାଳିଙ୍କ ନାମ ଟି୨୦ ଦଳ ଚୟନ ପାଇଁ ବିଚାରକୁ ନିଆଯିବ। ୨୦୨୪ ଜୁନ୍‌ରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଉଲ୍ଲେଖଯୋଗ୍ୟ ଯେ, ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳି ସେ ୧୪ ମ୍ୟାଚ୍‌ରୁ ୭୩୦ ରନ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri