Posted inଖେଳ

ଭାରତକୁ ବିଶ୍ୱ ଚାମ୍ପିୟନ କରିଥିବା ଖେଳାଳି ହୋଇପାରନ୍ତି ପାକିସ୍ତାନର ନୂଆ କୋଚ୍‌, କିଛି ଏଭଳି…

ଦୁବାଇ,୨୯।୧୦: ୨୦୧୧ ମସିହାରେ ଟିମ୍‌ ଇଣ୍ଡିଆ ବିଶ୍ୱକପ ଟାଇଟଲ ଜିତିଥିଲା। ଏହି ସମୟରେ ଦଳର କୋଚ୍‌ ଥିଲେ ଦକ୍ଷିଣ ଆଫ୍ରିକାର ଗ୍ୟାରି କିର୍ଷ୍ଟେନ। ଏବେ ସେ ପାକିସ୍ତାନ କ୍ରିକେଟ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ହେବାକୁ ଯାଉଥିବା କୁହାଯାଉଛି। ସେ ଦଳରେ ମିସବା-ଉଲ-ହକଙ୍କୁ ବଦଳାଇ ପାରିବେ। କ୍ରିଷ୍ଟେନଙ୍କ ବ୍ୟତୀତ ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ସାଇମନ କାଟିଚ୍‌ ଏବଂ ପୁଟର ମୋର୍‌ ମଧ୍ୟ ମୁଖ୍ୟ ପ୍ରଶିକ୍ଷକ ହେବାକୁ ଦୌଡ଼ରେ ଅଛନ୍ତି।

ଟି -୨୦ ବିଶ୍ୱକପ ୨୦୨୧ ଆରମ୍ଭର ଠିକ ପୂର୍ବରୁ ମିସବା-ଉଲ-ହକ ପାକିସ୍ତାନର ମୁଖ୍ୟ ପ୍ରଶିକ୍ଷକ ପଦରୁ ଇସ୍ତଫା ଦେଇଥିଲେ। ମିସବା ଇସ୍ତଫା ଦେବା ସହିତ ବୋଲିଂ କୋଚ୍‌ ୱାକର ୟୁନିସ ମଧ୍ୟ ଇସ୍ତଫା ଦେଇଛନ୍ତି। ଏଭଳି ସ୍ଥିତିରେ ପାକିସ୍ତାନର ପୂର୍ବତନ ସ୍ପିନର ସାକଲେନ ମୁସ୍ତାକଙ୍କୁ ବିଶ୍ୱକପ୍‌ ପାଇଁ ଦଳର ମୁଖ୍ୟ ପ୍ରଶିକ୍ଷକ ଭାବରେ ସାମୟିକ ଭାବେ ନିଯୁକ୍ତ କରାଯାଇଥିଲା। ପୂର୍ବତନ କଙ୍ଗାରୁ ଓପନର୍‌ ମାଥ୍ୟୁ ହେଡେନ ଏବଂ ଦକ୍ଷିଣ ଆଫ୍ରିକାର ପୂର୍ବତନ ପେସର୍‌ ଭାନନ ଫିଲାଣ୍ଡର ବ୍ୟାଟିଂ ଏବଂ ବୋଲିଂ ପରାମର୍ଶଦାତା ଭାବରେ ଦଳରେ ଯୋଗ ଦେଇଛନ୍ତି। ଏଭଳି ପରିସ୍ଥିତିରେ ନୂଆ ପିସିବି ଅଧ୍ୟକ୍ଷ ରମିଜ ରାଜା ଜଣେ ବିଦେଶୀ ଖେଳାଳିଙ୍କୁ ଦଳର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତି ଦେବା ସପକ୍ଷରେ ଅଛନ୍ତି ବୋଲି ଖବର ଆସୁଛି।

କିର୍ଷ୍ଟେନ ନାମ ପାକିସ୍ତାନର ନୂତନ ମୁଖ୍ୟ ପ୍ରଶିକ୍ଷକ ଭାବେ ଆଗରେ ରହିଛି। ସେ ୨୦୦୮ ରୁ ୨୦୧୧ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳର କୋଚ୍‌ ଥିଲେ। ତାଙ୍କ ତତ୍ତ୍ୱାବଧାନରେ ଟିମ୍‌ ଇଣ୍ଡିଆ ଟେଷ୍ଟ କ୍ରିକେଟରେ ବିଶ୍ୱର ଏକ ନମ୍ବର ଦଳ ହେବା ବ୍ୟତୀତ ତିନି ଦଶନ୍ଧି ପରେ ଦିନିକିଆ କ୍ରିକେଟ ରେ ବିଶ୍ୱ ଚାମ୍ପିଅନ ହୋଇଥିଲା। ଭାରତୀୟ ଦଳକୁ ବିଶ୍ୱ ଚାମ୍ପିଅନ କରିବା ପରେ ସେ ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ ପ୍ରଶିକ୍ଷକ ମଧ୍ୟ ହୋଇଥିଲେ, କିନ୍ତୁ ଏହି ସମୟ ମଧ୍ୟରେ ସେ ଦଳକୁ କୌଣସି ବଡ଼ ସଫଳତା ଆଣିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?