ପୂର୍ବତନ ବାଚସ୍ପତି ଶରତ କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ସାହିତି୍ୟକ ଶରତ କୁମାର କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶହୀଦନଗରସ୍ଥିତ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଅମର ଶତପଥୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ, ଗାନ୍ଧୀବାଦୀ ତଥା ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ, ବିଧାୟକ ଅନନ୍ତ ନାରାୟଣ ଜେନା, ସୁରେଶ କୁମାର ରାଉତରାୟ, ଓଡ଼ିଶା ମୋ ପରିବାରର ଆବାହକ ଅରୂପ ପଟ୍ଟନାୟକ, ଭାଜପା ନେତା ଭୃଗୁ ବକ୍ସିପାତ୍ର, ଲୋପାମୁଦ୍ରା ବକ୍ସିପାତ୍ର, କଂଗ୍ରେସ ମୁଖପାତ୍ର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ପୂର୍ବତନ ଡିଜିପି ମନମୋହନ ପ୍ରହରାଜ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ସ୍ମୃତିଚାରଣ କରିଥିଲେ। ସ୍ବର୍ଗତ କରଙ୍କ ଭାଇ ରଜତ କର, ପତ୍ନୀ ପ୍ରଫେସର ଅନିମା ମିଶ୍ରକର, ବଡ ପୁଅ ଅଧ୍ୟାପକ ସୁମନ କର, ସାନପୁଅ ତଥା ଆୟକର ବିଭାଗର ପୂର୍ବତନ କମିଶନର ସୋଭନ କର ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ। ଶ୍ରାଦ୍ଧ ବାର୍ଷିକୀ ଅବସରରେ ସ୍ବର୍ଗତ କରଙ୍କ ବାସ ଭବନରେ ପୂଜାପାଠ ହୋଇଥିଲା। ଏଥିସହ ତାଙ୍କ ନିର୍ବାଚନମଣ୍ଡଳୀ ମାହାଙ୍ଗାରେ ମଧ୍ୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri