ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋର ୩.୨୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ନିକଟରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ବିଜେଡିର ଜଣେ ବରିଷ୍ଠ ନେତା ଥିଲେ। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ୧୯୯୫ରୁ ୨୦୧୯ ପର୍ଯ୍ୟନ୍ତ ପୁରୀ ନିର୍ବାଚନମଣ୍ଡଳୀରୁ ପ୍ରତିନିଧତ୍ୱ କରିଥିଲେ। ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଯେ ଓଡ଼ିଶା ବିଧାନସଭାରେ ବାଚସ୍ପତି ଦାୟିତ୍ୱ ତୁଲାଇଥିଲେ।
ପୁରୀରୁ କାଉନସିଲର୍‌ ଭାବେ ରାଜନୈତିକ କ୍ୟାରିୟର୍‌ ଆରମ୍ଭ କରିଥିବା ମହେଶ୍ବର ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ରାଜ୍ୟ ସରକାରଙ୍କ ଅଧୀନରେ ସେ ଆଇନ, ପଞ୍ଚାୟତିରାଜ, ରାଜସ୍ବ ବିଭାଗର ମନ୍ତ୍ରୀ ଥିଲେ। ପୁରୀରେ ତାଙ୍କ ପତିଆରା ଦୃଢ ଥିଲା। ସେ ଜିଲା ବିଜେଡିର ସଭାପତି ମଧ୍ୟ ଥିଲେ। ତାଙ୍କ ବିୟୋଗରେ ପୁରୀ ସମତେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri