Posted inଜାତୀୟ

ୟୁପି ବିଧାନସଭା ପୂର୍ବତନ ବାଚସ୍ପତିଙ୍କ ପରଲୋକ

ପ୍ରୟାଗରାଜ,୮।୧: ଉତ୍ତରପ୍ରଦେଶ ବିଧାନସଭାର ପୂର୍ବତନ ବାଚସ୍ପତି ତଥା ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ କେଶରୀ ନାଥ ତ୍ରିପାଠୀଙ୍କ ୮୯ ବର୍ଷରେ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବା ବେଳେ ଘରେ ତାଙ୍କର ଚିକିତ୍ସା କରାଯାଉଥିଲା। ସେଠାରେ ରବିବାର ସକାଳ ୫ଟାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଅପରାହ୍ନ ୪ଟାରେ ପ୍ରୟାଗରାଜର ରସୁଲାବାଦ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

ତେବେ କେଶରୀ ନାଥ ୧୯୩୪ ନଭେମ୍ବର ୧୦ରେ ଜନ୍ମଗ୍ରହଣ କରିଥିଲେ। ତିନି ଥର ବିଧାନସଭା ବାଚସ୍ପତି ଥିଲେ। ଏହାଛଡ଼ା ଜୁଲାଇ ୨୦୧୪ରୁ ଜୁଲାଇ ୨୦୧୯ ଯାଏ ସେ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ। ଏହାଛଡ଼ା ତାଙ୍କ ପାଖରେ ବିହାର, ମେଘାଳୟ ଏବଂ ମିଜୋରାମ ରାଜ୍ୟପାଳଙ୍କ ଦାୟିତ୍ୱ ମଧ୍ୟ ଥିଲା। ଏବେ ତାଙ୍କ ଦେହାନ୍ତ ଖବର ଜଣାପଡ଼ିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ବହୁ ମାନ୍ୟଗଣ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri