ରାଜପାକ୍‌ସେ ଭାରତରେ ଶରଣ ନେଇଥିବା ଗୁଜବକୁ ଖଣ୍ଡନ କଲା ଉଚ୍ଚାୟୁକ୍ତ

କଲମ୍ବୋ,୧୧।୫: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ରହିଥିବା ବେଳେ ମହିନ୍ଦା ରାଜପାକ୍‌ସେ ସୋମବାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍‌ସେ ଏବଂ ତାଙ୍କ ପରିବାର ଭାରତରେ ଆଶ୍ରୟ ନେଇଛନ୍ତି ବୋଲି ଏକ ଗୁଜବ ପ୍ରଚାର ହେଉଛି। ହେଲେ ଏହି ଗୁଜବକୁ ଖଣ୍ଡନ କରିଛନ୍ତି ଶ୍ରୀଲଙ୍କାରେ ଥିବା ଭାରତୀୟ ଉଚ୍ଚାୟୁକ୍ତ। ସୋସିଆଲ ମିଡିଆରେ ଏକ ବୟାନ ଜାରି କରି ଉଚ୍ଚାୟୁକ୍ତ ଏହି ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ଭାରତୀୟ ଉଚ୍ଚାୟୁକ୍ତ କହିଛନ୍ତି ଯେ, ନିକଟରେ ଗଣମାଧ୍ୟମ ତଥା ସୋସିଆଲ ମିଡିଆରେ ଏକ ଗୁଜବ ପ୍ରଚାରିତ ହେଉଛି ଯେ, ଜଣେ ନେତା ଏବଂ ତାଙ୍କ ପରିବାର ହେଲିକପ୍ଟର ଯୋଗେ ଆଶ୍ରୟ ନେବାକୁ ଭାରତ ଯାଇଛନ୍ତି। ହେଲେ ଏଗୁଡିକ ସମ୍ପୂର୍ଣ୍ଣ ମିଥ୍ୟା ଗୁଜବ ଏବଂ ମିଥ୍ୟା ରିପୋର୍ଟ ବୋଲି ଉଚ୍ଚାୟୁକ୍ତ ଦୃଢ଼ ଭାବେ ଅସ୍ବୀକାର କରିଛନ୍ତି। ସେମାନଙ୍କ ଭିତରେ କୌଣସି ସତ୍ୟତା ନାହିଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗମ୍ଭୀର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବର୍ତ୍ତମାନ ସରକାର ବିରୋଧୀ ପ୍ରଦର୍ଶନ ତୀବ୍ର ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri