Posted inଖେଳ

ପୂର୍ବତନ ଶ୍ରୀଲଙ୍କା କ୍ରିକେଟରଙ୍କୁ ୮ବର୍ଷ ବାସନ୍ଦ

ଦୁବାଇ, ୨୦ା୪ (ପି.ଟି.)- ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ଦିଲହରା ଲୋକୁହେଟିଗେଙ୍କୁ ସୋମବାର କ୍ରିକେଟର ସମସ୍ତ କାର୍ଯ୍ୟକଳାପରୁ ୮ବର୍ଷ ବାସନ୍ଦ କରାଯାଇଛି। ସେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦୁର୍ନୀତି ନିବାରଣ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଏଥିରେ ସେ ଦୋଷୀସାବ୍ୟସ୍ତ ହୋଇଥିଲେ। ଏହି ଡାହାଣହାତୀ ମିଡିୟମ ଫାଷ୍ଟ ବୋଲର ଓ ଲୋୟର ଅର୍ଡର ବ୍ୟାଟ୍ସମ୍ୟାନଙ୍କ ପାଇଁ ବାସନ୍ଦ ଦଣ୍ଡ ପିଛିଲା ୨୦୧୯ ଏପ୍ରିଲ ୩ ତାରିଖଠାରୁ ଲାଗୁ ହେବ, ସେତେବେଳେ ତାଙ୍କୁ ସାମୟିକ ବାସନ୍ଦ କରାଯାଇଥିଲା। ୪୦ ବର୍ଷୀୟ ଦିଲହରା ୨୦୧୬ ସେପ୍ଟେମ୍ବରରେ ଅବସର ନେବା ପୂର୍ବରୁ ତାଙ୍କ ଦେଶ ତରଫରୁ ୯ ଅନ୍ତର୍ଜାତୀୟ ଦିନିକିଆ ଓ ଦୁଇ ଅନ୍ତର୍ଜାତୀୟ ଟି୨୦ ଖେଳିଥିଲେ। ୨୦୧୭ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଏକ ଟି୨୦ ଟୁର୍ନାମେଣ୍ଟ ବେଳେ ସେ ମ୍ୟାଚ ଫିକ୍ସିଂ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ। ଏହି ଟୁର୍ନାମେଣ୍ଟରେ ଶ୍ରୀଲଙ୍କା ଟିମ୍‌ ମଧ୍ୟ ଅଂଶଗ୍ରହଣ କରିଥିଲା। ଏକ ସ୍ବାଧୀନ ଟ୍ରିବ୍ୟୁନାଲ ଦିଲହରାଙ୍କ ବିରୋଧରେ ଆଗତ ଦୁର୍ନୀତି ଅଭିଯୋଗର ବିଚାର କରିଥିଲା। ଲୋକୁହେଟିଗେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଅବସ୍ଥାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri