Posted inଜାତୀୟ

ପୂର୍ବତନ ଟିଡିପି ମନ୍ତ୍ରୀ ଗିରଫ

ହାଇଦ୍ରାବାଦ, ୭।୧: ଜମି ବିବାଦକୁ ନେଇ ୩ ଭାଇଙ୍କୁ ଅପହରଣ କରିଥିବା ଅଭିଯୋଗରେ ବୁଧବାର ଆନ୍ଧ୍ରପ୍ରଦେଶର ଜଣେ ପୂର୍ବତନ ଟିଡିପି ମନ୍ତ୍ରୀଙ୍କୁ ଗିରଫ କରାଯାଇଛି। ୨୦୦ କୋଟି ଟଙ୍କାର ଏକ ଜମି ବାବଦକୁ ନେଇ ପୂର୍ବତନ ମନ୍ତ୍ରୀ ଭୂମା ଅଖିଳ ପ୍ରିୟା ତାଙ୍କ ଭାଇମାନଙ୍କୁ ମଙ୍ଗଳବାର ରାତିରେ ଅପହରଣ କରାଇଥିଲେ। ସେମାନଙ୍କ ମଧ୍ୟରେ ପୂର୍ବତନ ହକି ଖେଳାଳି ପ୍ରଭିନ୍‌ ରାଓ ଅଛନ୍ତି। ଏହି ଅପହରଣ ସହ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନେ ହେଲେ ଭୂମାଙ୍କ ସ୍ବାମୀ ଭାର୍ଗବ ରାମ, ତାଙ୍କ ବାପାଙ୍କ ଘନିଷ୍ଠ ସହଯୋଗୀ ଏ.ଭି. ସୁବ୍ବା ରେଡ୍ଡୀ ଏବଂ ବରିଷ୍ଠ ଟିଡିପି ନେତା ଭୂମା ନାଗି ରେଡ୍ଡୀ।
ପୋଲିସ କହିବା ଅନୁଯାୟୀ ୧୦-୧୫ ଜଣ ନିଜକୁ ଆୟକର ଅଧିକାରୀ ପରିଚୟ ଦେଇ ମଙ୍ଗଳବାର ରାତି ୭ଟାରେ ଅପହୃତଙ୍କ ହାଇଦ୍ରବାଦସ୍ଥିତ ଘରେ ପ୍ରବେଶ କରିଥିଲେ। ସେମାନେ ଜାଲ୍‌ ଓ୍ବାରେଣ୍ଟ ଦେଖାଇ କିଛି ସମୟ ଚଢ଼ାଉ କରିବା ପରେ ତିନି ଭାଇଙ୍କୁ ସାଙ୍ଗରେ ନେଇଯାଇଥିଲେ। ଅପହରଣକାରୀମାନେ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଅନ୍ୟ ଏକ କୋଠରୀରେ ତାଲା ପକାଇଦେଇଥିଲେ। ପୋଲିସ ଅପହରଣକାରୀମାନଙ୍କୁ ଧରିବା ସହ ଅପହୃତ ୩ ଭାଇଙ୍କୁ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ…

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri