Posted inଖେଳ

ଟିମ୍‌ ଇଣ୍ଡିଆର ପୂର୍ବତନ ଦ୍ରୁତ ବୋଲର ଚେକ୍‌ ବାଉନ୍ସ ମାମଲାରେ ଗିରଫ

ନାଗପୁର,୧।୨: ଚେକ୍‌ ବାଉନ୍ସ ମାମଲାରେ ନାଗପୁର ପୋଲିସ ପୂର୍ବତନ କ୍ରିକେଟର ପ୍ରଶାନ୍ତ ବୈଦ୍ୟଙ୍କୁ ଗିରଫ କରାଯାଇଛି। ତାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି କରାଯାଇଥିବା ବେଳେ ବୁଧବାର ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ନେଇଛି। ତେବେ ତାଙ୍କୁ ଅଦାଲତରେ ହାଜର କରାଯାଇଥିବା ପୋଲିସ କହିଛି।

ଭାରତୀୟ ଟିମ୍‌ ଲାଗି ୯୦ ଦଶକରେ ୪ ଦିନିକିଆ ଖେଳିଥିବା ପ୍ରଶାନ୍ତ ବର୍ତ୍ତମାନ ବିଦର୍ଭ କ୍ରିକେଟ ସଂଘର କ୍ରିକେଟ ବିକାଶ ସମିତି ମୁଖ୍ୟ ଅଛନ୍ତି। ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାର କମ୍‌ ସୁଯୋଗ ମିଳିଥିଲେ ହେଁ ଘରୋଇ କ୍ରିକେଟରେ ତାଙ୍କର ଦବ୍‌ଦବା ରହିଥିଲା। ସେ ଡାହାଣ ହାତି ଦ୍ରୁତ ବୋଲଏର ଥିଲେ। ସେ ବିଦର୍ଭ ଏବଂ ପଶ୍ଚିମବଙ୍ଗ ତରଫରୁ ମୋଟ ୫୬ ଫାଷ୍ଟ କ୍ଲାସ ମ୍ୟାଚ୍‌ ଖେଳିଥିଲେ। ଏଥିରେ ହାରାହାରି ୨୮.୬ ଅନୁପାତରେ ୧୭୧ ଉଇକେଟ ନେଇଥିଲେ।

ଚେକ୍‌ ବାଉନ୍ସ ମାମଲା ନେଇ ବଜାଜ ନଗର ପୋଲିସ କହିଛି, ପ୍ରଶାନ୍ତ କଥିତ ଭାବେ ଏକ ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ଷ୍ଟିଲ ସାମଗ୍ରୀ କିଣିଥିଲେ। ଏହାକୁ ନେଇ ସେ ଚେକ୍‌ଟିଏ ଦେଇଥିଲେ, ଯାହା କି ପରେ ବାଉନ୍ସ ହୋଇଯାଇଥିଲା। ବ୍ୟବସାୟୀଜଣଙ୍କ ପୁଣିଥରେ ତାଙ୍କୁ ଟଙ୍କା ଦେବାକୁ କହିଥିଲେ। ହେଲେ କ୍ରିକେଟର ମନା କରିଦେଇଥିଲେ। ଏଥିଲାଗି ସେ ଅଦାଲତର ଦ୍ୱାରସ୍ଥ ହୋଇଥିଲେ। ଅଦାଲତର ଶୁଣାଣିରେ ହାଜର ନ ହେବାରୁ ତାଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri