ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ ପରିବାର ସହ ଧାରଣାରେ ବସିଛନ୍ତି । ବଦଳି ଆଦେଶକୁ ପ୍ରତ୍ୟାଖ୍ୟାନ କରାଯାଇଥିବାରୁ ସେ ନିରୁପାୟ ହୋଇ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏପରି କାର୍ଯ୍ୟକଳାପକୁ ନେଇ ଓଡିଶା ପ୍ରଶାସନିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଯାହାକୁ ନେଇ ରାଜସ୍ୱ ବିଭାଗରେ ପୂର୍ବତନ ତହସିଲଦାରଙ୍କ ବିପକ୍ଷରେ ଲଘୁ ଖଣିଜ ପଦାର୍ଥ ଚୋରା ଚାଲାଣରେ ସମ୍ପୃକ୍ତିକୁ ନେଇ ଏନଜିଟିରେ ମାମଲା ବିଚାରାଧିନ ରହିଛି । କାର୍ଯ୍ୟରେ ଯୋଗଦେଲେ ମାମଲାକୁ ପ୍ରଭାବିତ କରିବା ଆଶଙ୍କାକୁ ନେଇ ତାଙ୍କ ବଦଳି ଆଦେଶକୁ ଗ୍ରହଣ କରାଯାଇନାହିଁ । ଏ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଅବଗତ କରିବା ସହ ପୂର୍ବତନ ତହସିଲଦାରଙ୍କୁ ଚିଠି ମାଧ୍ୟମରେ ଜଣାଯାଇଛି ବୋଲି ଅତିରିକ୍ତ ଜିଲାପାଳ ଇଶ୍ୱର ଚନ୍ଦ୍ର ନାଏକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?