ପୂର୍ବତନ ତହସିଲଦାରଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୭ (ବ୍ୟୁରୋ): ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସ ନବୀକରଣ ପାଇଁ ଯାଞ୍ଚ ରିପୋର୍ଟ ଦେବାକୁ ୫୦୦ ଟଙ୍କା ଲାଞ୍ଚ ମାମଲାର ରାୟ ୧୩ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ସମ୍ପୃକ୍ତ ଅଭିଯୁକ୍ତ ତଥା ନୟାଗଡ଼ ଜିଲା ଖଣ୍ଡପଡ଼ାର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟ ଶୁଣାଇଛନ୍ତି। ଦଫା (୧୩)୨ରେ ୨ ବର୍ଷ ଏବଂ ୭ ପି.ସି. ଆକ୍ଟରେ ୧ ବର୍ଷ ଦଣ୍ଡାଦେଶ ହୋଇଛି। ଉଭୟ ଦଣ୍ଡ ଏକକାଳୀନ ଭୋଗିବାକୁ କୋର୍ଟ କହିଛନ୍ତି। ଏଥିସହ ୭ ହଜାର ଟଙ୍କାରେ ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ କ୍ଷେତ୍ରରେ ଅଧିକ ୬ ମାସ ଜେଲ ଦଣ୍ଡାଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ଭିଜିଲାନ୍ସ ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ପରିଚାଳନା କରୁଥିଲେ।
ସୂଚନାଯୋଗ୍ୟ, ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସର ନବୀକରଣ ପାଇଁ ରବୀନ୍ଦ୍ରନାଥ ମହାନ୍ତି ନୟାଗଡ଼ ଜିଲାପାଳଙ୍କ ପାଖରେ ଆବେଦନ କରିଥିଲେ। ଜିଲାପାଳ ଏହାର ତଦନ୍ତ କରି ଯାଞ୍ଚ ରିପୋର୍ଟ ଦେବାକୁ ତତ୍‌କାଳୀନ ଖଣ୍ଡପଡ଼ା ତହସିଲ୍‌ଦାର ପଞ୍ଚାନନ ବାରିକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ପଞ୍ଚାନନ ରବୀନ୍ଦ୍ରନାଥଙ୍କୁ ୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ୫୦୦ ଟଙ୍କାରେ କଥା ଛିଣ୍ଡିଥିଲା। ରବୀନ୍ଦ୍ରନାଥ ଏନେଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ୨୦୦୯ ମେ ୨୩ରେ ପଞ୍ଚାନନ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିବା ସହ ମାମଲା ରୁଜୁ କରିଥିଲେ। ପଞ୍ଚାନନ ଜାମିନରେ ଥିବାବେଳେ ନିର୍ଦ୍ଦେଶ ମୁତାବକ କୋର୍ଟରେ ହାଜର ନ ହେବାରୁ ତାଙ୍କ ନାଁରେ ୱାରେଣ୍ଟ ଜାରି କରାଯାଇଥିଲା। ଗତ ଜୁନ୍‌ ୨୮ରୁ ପୋଲିସ ତାଙ୍କୁ ଗିରଫ କରିବା ପରେ ସେ ଏବେ ଜେଲ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri