ପୂର୍ବତନ ତହସିଲଦାରଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୭ (ବ୍ୟୁରୋ): ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସ ନବୀକରଣ ପାଇଁ ଯାଞ୍ଚ ରିପୋର୍ଟ ଦେବାକୁ ୫୦୦ ଟଙ୍କା ଲାଞ୍ଚ ମାମଲାର ରାୟ ୧୩ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ସମ୍ପୃକ୍ତ ଅଭିଯୁକ୍ତ ତଥା ନୟାଗଡ଼ ଜିଲା ଖଣ୍ଡପଡ଼ାର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟ ଶୁଣାଇଛନ୍ତି। ଦଫା (୧୩)୨ରେ ୨ ବର୍ଷ ଏବଂ ୭ ପି.ସି. ଆକ୍ଟରେ ୧ ବର୍ଷ ଦଣ୍ଡାଦେଶ ହୋଇଛି। ଉଭୟ ଦଣ୍ଡ ଏକକାଳୀନ ଭୋଗିବାକୁ କୋର୍ଟ କହିଛନ୍ତି। ଏଥିସହ ୭ ହଜାର ଟଙ୍କାରେ ଅର୍ଥଦଣ୍ଡରେ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟ କ୍ଷେତ୍ରରେ ଅଧିକ ୬ ମାସ ଜେଲ ଦଣ୍ଡାଦେଶ ଦିଆଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସ୍ବତନ୍ତ୍ର ଭିଜିଲାନ୍ସ ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ପରିଚାଳନା କରୁଥିଲେ।
ସୂଚନାଯୋଗ୍ୟ, ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସର ନବୀକରଣ ପାଇଁ ରବୀନ୍ଦ୍ରନାଥ ମହାନ୍ତି ନୟାଗଡ଼ ଜିଲାପାଳଙ୍କ ପାଖରେ ଆବେଦନ କରିଥିଲେ। ଜିଲାପାଳ ଏହାର ତଦନ୍ତ କରି ଯାଞ୍ଚ ରିପୋର୍ଟ ଦେବାକୁ ତତ୍‌କାଳୀନ ଖଣ୍ଡପଡ଼ା ତହସିଲ୍‌ଦାର ପଞ୍ଚାନନ ବାରିକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ପଞ୍ଚାନନ ରବୀନ୍ଦ୍ରନାଥଙ୍କୁ ୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ୫୦୦ ଟଙ୍କାରେ କଥା ଛିଣ୍ଡିଥିଲା। ରବୀନ୍ଦ୍ରନାଥ ଏନେଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ୨୦୦୯ ମେ ୨୩ରେ ପଞ୍ଚାନନ ଲାଞ୍ଚ ଟଙ୍କା ଗ୍ରହଣ କରିବା ସମୟରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଗିରଫ କରିବା ସହ ମାମଲା ରୁଜୁ କରିଥିଲେ। ପଞ୍ଚାନନ ଜାମିନରେ ଥିବାବେଳେ ନିର୍ଦ୍ଦେଶ ମୁତାବକ କୋର୍ଟରେ ହାଜର ନ ହେବାରୁ ତାଙ୍କ ନାଁରେ ୱାରେଣ୍ଟ ଜାରି କରାଯାଇଥିଲା। ଗତ ଜୁନ୍‌ ୨୮ରୁ ପୋଲିସ ତାଙ୍କୁ ଗିରଫ କରିବା ପରେ ସେ ଏବେ ଜେଲ୍‌ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri