ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଚାଲିଥିବା ଏକ ଲାଞ୍ଚ ମାମଲାର ବିଚାର କରି ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତି ତାଙ୍କୁ ୪ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ତାଙ୍କ ଚାକିରି କାଳରେ ଏକ ବିଲ୍ ପାସ ପାଇଁ ସେ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ।

