କଂଗ୍ରେସକୁ ବଡ଼ ଝଟ୍‌କା: ୪୬ ବର୍ଷ ପରେ ଦଳର ହାତ ଛାଡ଼ିଲେ ଅଶ୍ୱିନୀ କୁମାର

ଚଣ୍ଡିଗଡ଼,୧୫।୨: ପଞ୍ଜାବ ବିଧାନସଭା ନିର୍ବାଚନ ମଧ୍ୟରେ କଂଗ୍ରେସ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶ୍ୱିନୀ କୁମାର ୪୬ବର୍ଷ ପରେ ଦଳରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଅନ୍ୟପଟେ ଇସ୍ତଫା ଦେବା ପରେ ଅଶ୍ୱିନୀଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଟୁଇଟରରେ ସେ ଟୁଇଟ କରି ଲେଖିଛନ୍ତି, ଏହା ଏକ ସହଜ ନିଷ୍ପତ୍ତି ନୁହେଁ, କିନ୍ତୁ ନିଜର ସମ୍ମାନ ଓ ଅସ୍ତିତ୍ୱକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନେଇଛି। ଦଳର ନେତୃତ୍ୱ ଭାବିବା ଉଚିତ୍‌ ଯେ, ଦଳର ବିଶ୍ୱସ୍ତ ଲୋକମାନେ କାହିଁକି ଦଳକୁ ଧୀରେ ଧୀରେ ବିଦାୟ ଦେଉଛନ୍ତି। ମୁଁ ମୋର ସମ୍ମାନ ଏବଂ ଅସ୍ତିତ୍ୱକୁ ନଜରରେ ରଖି ଏହି ନିଷ୍ପତ୍ତି ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି, ମୋର କାନ୍ଧ ଏତେ ଶକ୍ତିଶାଳୀ ନୁହେଁ ଯେ, ଏଭଳି ଉଦାସୀନତାର ଭାର ବହନ କରିପାରିବ। କଂଗ୍ରେସ ଆଉ ପୂର୍ବ ଭଳି ଦଳ ନାହିଁ। ଆଗାମୀ ଦିନରେ କଂଗ୍ରେସ ଦଳର ରାଜନୈତିକ ଭୂମିକା ଆହୁରି ହ୍ରାସ ପାଇବ। ଅଧିକ ଶକ୍ତି ସହିତ ସେ ରାଜନୀତି କରିବେ ଏବଂ ନିଜର ଭାଗ୍ୟ ଲେଖିବେ। ଆଜି ଦେଶର ଲୋକଙ୍କୁ ଯୋଡ଼ି ରଖିପାରୁଥିବା ଏକ ରାଜନୀତି ଆବଶ୍ୟକ ବୋଲି ଅଶ୍ୱିନୀ କୁମାର କହିଛନ୍ତି। । ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ଅଶ୍ୱିନୀ କୁମାର କଂଗ୍ରେସ ଦଳର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ଏକ ଇସ୍ତଫା ପତ୍ର ପଠାଇଥିଲେ। ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ, କଂଗ୍ରେସ ଦଳରୁ ବାହାରେ ରହି ସେ ଦେଶର ସେବା କରିପାରିବେ। ତେଣୁ ସେ ଦଳରୁ ଇସ୍ତଫା ଦେଉଛନ୍ତି। ଅପରପକ୍ଷେ ସେ ଏବେ ଅନ୍ୟ କେଉଁ ଦଳରେ ଯୋଗଦେବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri