Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୭ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମେଜର(ଅବସରୀପ୍ରାପ୍ତ) ଯଶୱନ୍ତ ସିଂଙ୍କର ରବିବାର ସକାଳ ପ୍ରାୟ ୬ଟା ୫୫ ମିନିଟରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦିଲ୍ଲୀ ସ୍ଥିତ ଆମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ତାଙ୍କ ମୃତ୍ୟୁ ଖବର ଦିଆଯାଇଛି । ଜୁନ୍ ୨୫ରୁ ଆର୍ମି ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ତାଙ୍କ ଶରୀରର ଅନେକ ଅଙ୍ଗ କାମ କରୁ ନ ଥିବା ବେଳେ ଅନେକ ସ୍ଥାନରେ ପୂଜ ହୋଇଯାଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କର କରୋନା ରପୋର୍ଟ ନେଗେଟିଭ ଥିବା ବେଳେ ହାର୍ଟ ଆଟାକରେ ମୃତ୍ୟୁ ହୋଇଥିବା କହିଛନ୍ତି ଡାକ୍ତର । ଗତପ୍ରାୟ ୬ ବର୍ଷ ହେବ ସେ ଅସୁସ୍ଥ ଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସରକରରେ ଯଶୱନ୍ତ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଥିଲେ । ଯଶୱନ୍ତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଟୁଇଟ୍ କରି କହିଛନ୍ତି, ଯଶୱନ୍ତ ସିଂ ତାଙ୍କ ଜୀବନକାଳରେ ଦେଶ ସେବା ପାଇଁ ଅଧିକ ସମୟ ଦେଇଛନ୍ତି । ପ୍ରଥମେ ଜଣେ ସେନା ଭାବେ ଓ ପରେ ଜଣେ ରାଜନେତା ଭାବେ ଦେଶପ୍ରତି ତାଙ୍କର ଅବଦାନ ମନେ ରହିବ । ଯଶୱନ୍ତ ସିଂ ବାଣିଜ୍ୟ, ପ୍ରତିରକ୍ଷା ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ଯେଉଁ ଛାପ ଛାଡି ଯାଇଛନ୍ତି ତାହା ସବୁଦିନ ପାଇଁ ରହିଯିବ । ତେବେ ସିଂଙ୍କ ବିୟୋଗରେ ସବୁ ମହଲରୁ ଶୋକ ପ୍ରକାଶ କରାଯାଇଛି । ସୂଚନାଯୋଗ୍ୟ, ୨୦୧୪ରେ ମୁଣ୍ଡରେ ଆଘାତ ଲାଗିବା ପରଠାରୁ ସେ ଏକ ପ୍ରକାର କୋମାରେ ଥିଲେ ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା ଏବଂ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri