Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୭ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମେଜର(ଅବସରୀପ୍ରାପ୍ତ) ଯଶୱନ୍ତ ସିଂଙ୍କର ରବିବାର ସକାଳ ପ୍ରାୟ ୬ଟା ୫୫ ମିନିଟରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଦିଲ୍ଲୀ ସ୍ଥିତ ଆମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ତାଙ୍କ ମୃତ୍ୟୁ ଖବର ଦିଆଯାଇଛି । ଜୁନ୍ ୨୫ରୁ ଆର୍ମି ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ତାଙ୍କ ଶରୀରର ଅନେକ ଅଙ୍ଗ କାମ କରୁ ନ ଥିବା ବେଳେ ଅନେକ ସ୍ଥାନରେ ପୂଜ ହୋଇଯାଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କର କରୋନା ରପୋର୍ଟ ନେଗେଟିଭ ଥିବା ବେଳେ ହାର୍ଟ ଆଟାକରେ ମୃତ୍ୟୁ ହୋଇଥିବା କହିଛନ୍ତି ଡାକ୍ତର । ଗତପ୍ରାୟ ୬ ବର୍ଷ ହେବ ସେ ଅସୁସ୍ଥ ଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସରକରରେ ଯଶୱନ୍ତ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ତୁଲାଇଥିଲେ । ଯଶୱନ୍ତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହ ଟୁଇଟ୍ କରି କହିଛନ୍ତି, ଯଶୱନ୍ତ ସିଂ ତାଙ୍କ ଜୀବନକାଳରେ ଦେଶ ସେବା ପାଇଁ ଅଧିକ ସମୟ ଦେଇଛନ୍ତି । ପ୍ରଥମେ ଜଣେ ସେନା ଭାବେ ଓ ପରେ ଜଣେ ରାଜନେତା ଭାବେ ଦେଶପ୍ରତି ତାଙ୍କର ଅବଦାନ ମନେ ରହିବ । ଯଶୱନ୍ତ ସିଂ ବାଣିଜ୍ୟ, ପ୍ରତିରକ୍ଷା ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ଯେଉଁ ଛାପ ଛାଡି ଯାଇଛନ୍ତି ତାହା ସବୁଦିନ ପାଇଁ ରହିଯିବ । ତେବେ ସିଂଙ୍କ ବିୟୋଗରେ ସବୁ ମହଲରୁ ଶୋକ ପ୍ରକାଶ କରାଯାଇଛି । ସୂଚନାଯୋଗ୍ୟ, ୨୦୧୪ରେ ମୁଣ୍ଡରେ ଆଘାତ ଲାଗିବା ପରଠାରୁ ସେ ଏକ ପ୍ରକାର କୋମାରେ ଥିଲେ ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri