Posted inଜାତୀୟ

ଶପଥ ନେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୪ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ନିଜ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ତାଙ୍କ କ୍ୟାବିନେଟରେ ୯ ବିଧାୟକଙ୍କୁ ନୂଆ ମନ୍ତ୍ରୀ ରୂପେ ସାମିଲ କରାଯାଇଛି। ରାଜଭବନରେ ରାଜ୍ୟପାଳ ଲା ଗଣେଶନ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ନୂଆକରି ସାମିଲ ହୋଇଥିବା ମନ୍ତ୍ରୀଙ୍କ ମଧ୍ୟରେ ସବୁଠୁ ଚର୍ଚ୍ଚିତ ଚେହେରା ହେଉଛନ୍ତି ଗାୟକରୁ ରାଜନେତା ସାଜିଥିବା ବାବୁଲ ସୁପ୍ରିୟୋ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳି ସରକାରରେ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ରୂପେ ଦାୟିତ୍ୱ ତୁଲାଇଥିବା ବାବୁଲଙ୍କୁ ଭାଜପା ଛାଡ଼ିବାର ଉପହାର ଦେଇଛନ୍ତି ମମତା। ବାବୁଲଙ୍କ ସହ ସ୍ନେହାଶିଷ ଚକ୍ରବର୍ତ୍ତୀ, ପାର୍ଥ ଭୌମିକ, ଉଦୟନ ଗୁହା ଓ ପ୍ରଦୀପ ମଜୁମଦାରଙ୍କୁ କ୍ୟାବିନେଟ ପାହ୍ୟା ମିଳିଥିବାବେଳେ ବୀରବାହା ହଁ।ସଦା ଓ ବିପ୍ଳବ ଚୌଧୁରୀ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରୂପେ ଶପଥ ନେଇଛନ୍ତି। ସେହିପରି ତାଜମୁଲ ହୋସେନ ଓ ସତ୍ୟଜିତ ବର୍ମନଙ୍କୁ ରାଷ୍ଟ୍ରମନ୍ତ୍ରୀ କରାଯାଇଛି। ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ବରିଷ୍ଠ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ ହେବା ପରେ ମମତା ତାଙ୍କୁ ବିଦା କରିଛନ୍ତି। ଏହା ପରେ କରାଯାଇଥିବା ଏହି ସମ୍ପ୍ରସାରଣକୁ ତୃଣମୂଳ କଂଗ୍ରେସ ସୁପ୍ରିମୋଙ୍କ ଡ୍ୟାମେଜ୍‌ କଣ୍ଟ୍ରୋଲ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri