ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ ସମ୍ପନ୍ନ ବେଳେ ରାମନାମ ସତ୍ୟ ହେ ଧ୍ବନିରେ ପ୍ରକମ୍ପିତ ହୋଇ ଉଠିଥିଲା ପୂରା ପରିବେଶ। ଶେଷକୃତ୍ୟ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପୁଅ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ଏମ୍‌ପି ସମ୍ବିତ୍‌ ପାତ୍ର, ଯୋଗଗୁରୁ ବାବା ରାମଦେବଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ସୋମବାର ନୂଆଦିଲ୍ଲୀଠାରେ ୮୪ ବର୍ଷ ବୟସରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପରଲୋକ ଘଟିଥିଲା। ତାଙ୍କ ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସମେତ ବହୁ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ।

ପରେ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ସୋମବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚି ଥିଲା। ପରେ ଦଳମତ ନିର୍ବିଶେଷରେ ବିଭିନ୍ନ ଦଳର ନେତା ଏବଂ ବିଶିଷ୍ଟ ବ୍ୟକ୍ତିମାନେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ।

ଏହି ଅବସରରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପରେ ବିମାନବନ୍ଦରଠାରୁ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରେ ଦେବେନ୍ଦ୍ରଙ୍କ ଶେଷ ଦର୍ଶନ ଲାଗି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସଭାପତି ମନମୋହନ ସାମଲ, ବହୁ ବିଧାୟକ ଏବଂ ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ।

ରାଜ୍ୟ କାର୍ଯ୍ୟାଳୟଠାରେ ଶେଷ ଦର୍ଶନ ସରିବା ପରେ ତାଙ୍କ ପାର୍ଥିବ ଶରୀରକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରର ପ୍ରାଚୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା। ପରେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ପାର୍ଥିବ ଶରୀର ବାହାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?