Categories: ଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାଣିକରାଓଙ୍କ ପରଲୋକ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ…

ମୁମ୍ବାଇ, ୧୭।୯ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ମାଣିକରାଓ ଗାଭିତଙ୍କର ପରଲୋକ ଘଟିଛି। ମହାରାଷ୍ଟ୍ର ନାସିକର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୯୮୦ରୁ ୨୦୧୪ ପର୍ଯ୍ୟନ୍ତ ସେ ଆଦିବାସୀ ବହୁଳ ନନ୍ଦୁରବାର ନିର୍ବାଚନ ମଣ୍ଡଳୀର ନେତୃତ୍ୱ ନେଇଥିଲେ। ୨୦୧୪ରେ ସେ ନିର୍ବାଚନରେ ପରାଜିତ ହୋଇଥିଲେ।

୨୦୦୪ରେ ସେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସରକାରରେ କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଥିଲେ। ୨୦୧୩ସେ ସାମାଜିକ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ମାଣିକରାଓ ଆଦିବାସୀଙ୍କ ସଶକ୍ତି କରଣ ପାଇଁ ବହୁ ପଦକ୍ଷେପ ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

Share