ନିର୍ବାଚନ ରାଲିକୁ ସମ୍ବୋଧନ କଲେ ଟ୍ରମ୍ଫ, କହିଲେ ଆମେରିକା ପୁଣି ଥରେ ହେବ ସ୍ୱତନ୍ତ୍ର ରାଷ୍ଟ!

ଟେକ୍ସାସ,୨୬ ।୩: କ୍ୟାପିଟଲ ହିଂସା ମାମଲାର ଯାଞ୍ଚ ସହିତ ପର୍ନ ଷ୍ଟାର ମାମଲା ପର୍ଯ୍ୟନ୍ତ ଯାଞ୍ଚ ମଧ୍ୟ ଦେଇ ଗତି କରୁଥିବା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ଶନିବାର ରାଷ୍ଟ୍ରପତି ନିର୍ବାଚନ ଅଭିଯାନ କ୍ରମରେ ଟେକ୍ସାସର ୱାକୋରେ ରାଲି କରିଛନ୍ତି । ସେଠାରେ ସେ କହିଛନ୍ତି, ମୁଁ ଓ ଆପଣମାନେ କିଛି ବର୍ଷ ହେବ ଆମେରିକାକୁ ଧ୍ୱଂସ କରିବାକୁ ଚେଷ୍ଟା କରୁଥିବା ଦୁର୍ନିତିଗ୍ରସ୍ତ, ନଷ୍ଟ ହୋଇଯାଇଥିବା ଏବଂ ଦୁଷ୍ଟ ଶକ୍ତିର ସମ୍ମୁଖୀନ ହେଉଛେ । ଆମେରିକାକୁ ନଷ୍ଟ କରିବାକୁ ଚେଷ୍ଟା ହେଉଛି । ହେଲେ ଆମେରିକା ପୁଣିଥରେ ସ୍ୱତନ୍ତ୍ର ରାଷ୍ଟ୍ର ହେବ!
ୱାକୋ ଆଞ୍ଚଳିକ ବିମାନ ବନ୍ଦରରେ ଡୋନାଲ୍ଡ ଟ୍ରମ୍ଫଙ୍କ ସମାବେଶ ୨୦୨୪ ରାଷ୍ଟ୍ରପତି ରେସ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏବେ ଟ୍ରମ୍ଫ ୨୦୨୦ରେ ନିର୍ବାଚନ ସମୟରେ ଗୁପ୍ତ ଅର୍ଥ କାରବାର ଯାଞ୍ଚର ସମ୍ମୁଖୀନ ହେଉଛନ୍ତି । ଏହାସହ ୬ ଜାନୁୟାରୀ, ୨୦୨୧ରେ ହୋଇଥିବା କ୍ୟାପିଟଲ ହିଂସାକୁ ନେଇ ବି ଟ୍ରମ୍ଫଙ୍କୁ ଯାଞ୍ଚର ସାମ୍ନା କରିବାକୁ ପଡୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri