ଫେସବୁକକୁ ଫେରିଲେ ଟ୍ରମ୍ଫ

ୱାଶିଂଟନ,୧୮ ।୩: ପ୍ରତିବନ୍ଧ ହଟାଯିବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ପୁଣିଥରେ ଫେସବୁକକୁ ଫେରିଛନ୍ତି । ଟ୍ରମ୍ଫ ଶୁକ୍ରବାର ପ୍ରଥମ ପୋଷ୍ଟ କରିଛନ୍ତି । ସେଥିରେ ସେ ଲେଖିଛନ୍ତି, ‘ଆଇ ଆମ ବ୍ୟାକ’ । ସୂଚନାଯୋଗ୍ୟ, ୬ ଜାନୁୟାରୀ ୨୦୨୧ରେ ହୋଇଥିବା କ୍ୟାପିଟଲ ହିଲ ଦଙ୍ଗାକୁ ଉସକାଇବା ଭଳି ପୋଷ୍ଟକୁ ନେଇ ମେଟା ଡୋନାଲ୍ଡ ଟ୍ରମ୍ଫଙ୍କ ଫେସବୁକ ଆକାଉଣ୍ଟକୁ ନିଲମ୍ବିତ କରିଥିଲା ।

ଚଳିତ ବର୍ଷ ଜାନୁୟାରୀରେ ମେଟା ଟ୍ରମ୍ଫଙ୍କ ଆକାଉଣ୍ଟକୁ ପୁଣିଥରେ ଚଲାଇବାକୁ ଘୋଷଣା କରିଥିଲା । ମେଟା କହିଥିଲା ଆଗାମୀ କିଛି ସପ୍ତାହରେ ଟ୍ରମ୍ଫଙ୍କ ଫେସବୁକ ଓ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପୁଣି ଆରମ୍ଭ କରାଯିବ ।

ସୂଚନାଯୋଗ୍ୟ, ଆମେରିକା ସଂସଦରେ ୬ ଜାନୁୟାରୀ, ୨୦୨୧ରେ ହୋଇଥିବା ଆକ୍ରମଣ ପରେ ଫେସବୁକ ଡୋନାଲ୍ଡ ଟ୍ରମ୍ଫଙ୍କୁ ବ୍ୟାନ କରିଦେଇଥିଲା । କାରଣ ଟ୍ରମ୍ଫ ତାଙ୍କ ପୋଷ୍ଟରେ ଦାବି କରିଥିଲେ କି ୨୦୨୦ ରାଷ୍ଟ୍ରପତି ନିର୍ବାଚନ ସମୟରେ ବଡ ସଂଖ୍ୟାରେ ମତଦାନରେ ଘୋଟାଲା ହୋଇଛି । ଏହାପରେ ଫେସବୁକ ହିଂସାକୁ ଉସକାଇବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ଫଙ୍କ ଆକାଉଣ୍ଟକୁ ନିଲମ୍ବିତ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri