ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରବଳ ଭିଡ଼ ଜମିଥିଲା। ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସମେତ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଆଜି ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ କରି ସ୍ମୃତିଚାରଣ କରିଥିଲେ। ସେହିପରି ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଗାନ୍ଧିଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ସତ୍ୟ ମାର୍ଗକୁ ଅନୁସରଣ କରିବା, ଦାରିଙ୍ଗବାଡ଼ିକୁ ସ୍ବଚ୍ଛତା ରଖିବା ଦିଗରେ ଶପଥ ନେଇଛନ୍ତି। ସେହିପରି କିଛି ବ୍ୟକ୍ତି ଗାନ୍ଧିଜୀଙ୍କ ବେଶରେ ଦାରିଙ୍ଗବାଡ଼ି ଚାରିଛକରେ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri