ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରବଳ ଭିଡ଼ ଜମିଥିଲା। ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସମେତ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଆଜି ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ କରି ସ୍ମୃତିଚାରଣ କରିଥିଲେ। ସେହିପରି ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଗାନ୍ଧିଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ସତ୍ୟ ମାର୍ଗକୁ ଅନୁସରଣ କରିବା, ଦାରିଙ୍ଗବାଡ଼ିକୁ ସ୍ବଚ୍ଛତା ରଖିବା ଦିଗରେ ଶପଥ ନେଇଛନ୍ତି। ସେହିପରି କିଛି ବ୍ୟକ୍ତି ଗାନ୍ଧିଜୀଙ୍କ ବେଶରେ ଦାରିଙ୍ଗବାଡ଼ି ଚାରିଛକରେ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri