Posted inଖେଳ

ଦୀର୍ଘ ୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ…

ନୂଆଦିଲ୍ଲୀ,୧୧।୮: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ସହ ଖେଳିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ ନିଜସ୍ବ ଶୈଳୀକୁ ଭଲ ପାଆନ୍ତି। ନିଜ ଅନୁସାରେ ଖେଳିବାକୁ ପସନ୍ଦ କରିଥାନ୍ତି। ସେଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ହେଲେ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌।

ଗେଲ୍‌ ଟି-୨୦ ଓ ଦିନିକିଆ କ୍ରିକେଟରେ ନିଜର ବିସ୍ଫୋରକ ପାଳି ପାଇଁ ଖ୍ୟାତ। ଏକଦା ସେ ଟେଷ୍ଟ କ୍ରିକେଟରେ ଏଭଳି କିଛି କରିଥିଲେ ଯାହାକି ୧୪୪ ବର୍ଷର ଟେଷ୍ଟ ଇତିହାସରେ କେହି କରିପାରି ନାହାନ୍ତି। ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଛକା ମାରି ସେ ସମସ୍ତଙ୍କୁ ଚକିତ କରିଦେଇଥିଲେ।

୨୦୧୨ରେ ବାଲାଂଦେଶ ଗସ୍ତ କରିଥିଲା ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଟିମ୍‌। ସେହି ସମୟରେ ଗେଲ୍‌ ଫର୍ମରେ ଥିଲେ ଏବଂ ଟେଷ୍ଟ କ୍ରିକେଟ ମଧ୍ୟ ଖେଳୁଥିଲେ। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ଏହି ଟେଷ୍ଟ ମ୍ୟାଚ୍‌ରେ ବାଲାଂଦେଶର ସ୍ପିନର ସୋହାଗ ଗାଜି ଡେବ୍ୟୁ କରିଥିଲେ। ତାଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ କହିଥିଲେ। ହେଲେ ଗେଲ୍‌ ତାଙ୍କ ପ୍ରଥମ ବଲ୍‌ରେ ଛକା ମାରିଥିଲେ। ଏହାପରେ ତୃତୀୟ ବଲ୍‌ରେ ଚଉକା, ଚତୁର୍ଥ ବଲ୍‌ରେ ପୁଣି ଏକ ଛକା ମାରିଥିଲେ। ଫଳରେ ଗୋଟିଏ ଓଭରରେ ୧୮ ରନ୍‌ ହୋଇଥିଲା। ଗେଲ୍‌ ପରେ ସେହି ବୋଲରଙ୍କ ଅନ୍ୟ ଏକ ବଲ୍‌ରେ ପ୍ୟାଭିଲିୟନ୍‌କୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri