Posted inଖେଳ

ଦୀର୍ଘ ୧୪୪ ବର୍ଷ ଟେଷ୍ଟ ଇତିହାସରେ କେବଳ ଏହି କ୍ରିକେଟର ପ୍ରଥମ ବଲ୍‌ରେ ମାରିଛନ୍ତି ଛକା, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ…

ନୂଆଦିଲ୍ଲୀ,୧୧।୮: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏଥିରେ ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ହୋଇଥାଏ। ଦୀଘେ ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ସହ ଖେଳିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ ନିଜସ୍ବ ଶୈଳୀକୁ ଭଲ ପାଆନ୍ତି। ନିଜ ଅନୁସାରେ ଖେଳିବାକୁ ପସନ୍ଦ କରିଥାନ୍ତି। ସେଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ହେଲେ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌।

ଗେଲ୍‌ ଟି-୨୦ ଓ ଦିନିକିଆ କ୍ରିକେଟରେ ନିଜର ବିସ୍ଫୋରକ ପାଳି ପାଇଁ ଖ୍ୟାତ। ଏକଦା ସେ ଟେଷ୍ଟ କ୍ରିକେଟରେ ଏଭଳି କିଛି କରିଥିଲେ ଯାହାକି ୧୪୪ ବର୍ଷର ଟେଷ୍ଟ ଇତିହାସରେ କେହି କରିପାରି ନାହାନ୍ତି। ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଛକା ମାରି ସେ ସମସ୍ତଙ୍କୁ ଚକିତ କରିଦେଇଥିଲେ।

୨୦୧୨ରେ ବାଲାଂଦେଶ ଗସ୍ତ କରିଥିଲା ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଟିମ୍‌। ସେହି ସମୟରେ ଗେଲ୍‌ ଫର୍ମରେ ଥିଲେ ଏବଂ ଟେଷ୍ଟ କ୍ରିକେଟ ମଧ୍ୟ ଖେଳୁଥିଲେ। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ଏହି ଟେଷ୍ଟ ମ୍ୟାଚ୍‌ରେ ବାଲାଂଦେଶର ସ୍ପିନର ସୋହାଗ ଗାଜି ଡେବ୍ୟୁ କରିଥିଲେ। ତାଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ କହିଥିଲେ। ହେଲେ ଗେଲ୍‌ ତାଙ୍କ ପ୍ରଥମ ବଲ୍‌ରେ ଛକା ମାରିଥିଲେ। ଏହାପରେ ତୃତୀୟ ବଲ୍‌ରେ ଚଉକା, ଚତୁର୍ଥ ବଲ୍‌ରେ ପୁଣି ଏକ ଛକା ମାରିଥିଲେ। ଫଳରେ ଗୋଟିଏ ଓଭରରେ ୧୮ ରନ୍‌ ହୋଇଥିଲା। ଗେଲ୍‌ ପରେ ସେହି ବୋଲରଙ୍କ ଅନ୍ୟ ଏକ ବଲ୍‌ରେ ପ୍ୟାଭିଲିୟନ୍‌କୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri