ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡ଼ିକାଲରେ
ପରଲୋକ ହୋଇଯାଇଛି। ଦୀର୍ଘ ଦିନ ହେବ ସେ ପକ୍ଷଘାତ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକ ଖବର ଶୁଣି ଜିଲାରେ ଶୋକର ଛାୟା ଖେଳିଯାଇଛି।

ପ୍ରକାଶ ଯେ, ଶ୍ରୀମତୀ ମାଝୀ ଲାଞ୍ଜିଗଡ଼ ବ୍ଲକରେ ଗତ ୨୦୦୨ ରୁ ୨୦୧୨ ପ୍ରର୍ଯ୍ୟନ୍ତ ବ୍ଲକ ଅଧ୍ୟକ୍ଷା ରହିଥିବାବେଳେ ୨୦୧୨ ରୁ ୨୦୧୭ ଯାଏ କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷା ରହିଥିଲେ। ବର୍ତ୍ତମାନ ସେ ଲାଞ୍ଜିଗଡ଼ ବ୍ଲକର କୁମଖାଲ ପଞ୍ଚାୟତର ସମିତି ସଭ୍ୟା ଭାବେ କାର୍ଯ୍ୟରତ ଥିଲେ। କଳାହାଣ୍ଡି ଜିଲା ତଥା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଜଣେ ଦକ୍ଷ ରାଜନେତ୍ରୀ ଭାବେ ସେ ଜଣାଶୁଣା ଥିଲେ। ତାଙ୍କ ପରଲୋକ ଖବରକୁ କଳାହାଣ୍ଡି ଏମପି ମାଲବିକା ଦେବୀ ସମେତ ଅନେକ ବରିଷ୍ଠ ରାଜନୈତିକ ବ୍ୟକ୍ତି ବିଶେଷ ନିଜ ଫେସବୁକ ଏକାଉଣ୍ଟରେ ପୋଷ୍ଟ କରି ସମବେଦନା ଜଣାଇଛନ୍ତି। ପୁରୀ ସ୍ଵର୍ଗ ଦ୍ୱାରରେ ତାଙ୍କର ଶେଷ କୃତ କରାଯିବ ବୋଲି ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?