ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ପିଲାଙ୍କ ଗଣିତ ଜ୍ଞାନ ବୃଦ୍ଧି ପାଇଁ ସ୍ବତନ୍ତ୍ର ଭାବେ ଶିକ୍ଷଣ ସାମଗ୍ରୀ ଏବଂ ଭିଡିଓ ପ୍ରସ୍ତୁତ ହେଉଥିବାବେଳେ ଶିକ୍ଷକ ଏବଂ ଶିକ୍ଷକ ପ୍ରଶିକ୍ଷକଙ୍କ ସହିତ ଜାତୀୟ ସ୍ତରର ଅଗ୍ରଣୀ ସଂସ୍ଥା ଖାନ୍‌ ଏକାଡେମୀକୁ ନେଇ ବିଚାରବିମର୍ଶ କରାଯାଇଛି। ଚଳିତବର୍ଷ କେବଳ ନବମ ଏବଂ ଦଶମ ଶ୍ରେଣୀରେ ଏହା କାର୍ଯ୍ୟକାରୀ ହେବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ଅନ୍ୟ ସମସ୍ତ ଶ୍ରେଣୀ ପାଇଁ ପ୍ରସ୍ତୁତ ହେବ। ବିଷୟଗତ ଜ୍ଞାନ ସହିତ ବାହ୍ୟଜ୍ଞାନରେ ଛାତ୍ରୀଛାତ୍ର କିପରି ଦକ୍ଷ ହୋଇପାରିବେ ଏବଂ ଜାତୀୟସ୍ତରୀୟ ପରୀକ୍ଷାରେ ସଫଳ ହୋଇପାରିବେ ସେଥିନେଇ ରୂପରେଖ ପ୍ରସ୍ତୁତ ହେଉଛି।
ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଛାତ୍ରୀଛାତ୍ରଙ୍କୁ ଗଣିତ ଶିକ୍ଷା ପ୍ରତି ଆକୃଷ୍ଟ କରି ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମୋ ସ୍କୁଲ ଅଭିଯାନ ଏବଂ ଖାନ ଏକାଡେମୀ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ପାଠ୍ୟକ୍ରମ ଏବଂ ବିଷୟକୁ ଆଧାର କରି ଏହିକ୍ରମରେ ଗଣିତ ଶିକ୍ଷଣ ସାମଗ୍ରୀ ସହିତ ଅନ୍ୟାନ୍ୟ ଶିକ୍ଷା ଉପକରଣ ପ୍ରସ୍ତୁତ କରାଯାଉଛି। ଏଥିରେ ଛାତ୍ରୀଛାତ୍ର କିପରି ସରଳ ଏବଂ ସହଜରେ ଶିକ୍ଷା ଗ୍ରହଣ କରିପାରିବେ ଏବଂ ଗଣିତକୁ ନେଇ ସେମାନେ ସାମ୍ନା କରୁଥିବା ଦ୍ୱନ୍ଦ୍ୱ ଦୂର କରିପାରିବେ ସେନେଇ ଗୁରୁତ୍ୱ ଦିଆଯାଉଛି। ଶିକ୍ଷକଙ୍କ ମତାମତକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଆମୋଦପ୍ରମୋଦ ମାଧ୍ୟମରେ ଶିକ୍ଷାଦାନ ଉପରେ ଧ୍ୟାନ ଦିଆଯାଉଛି। ଏଥିପାଇଁ ସ୍ବତନ୍ତ୍ର ସମୟ ନିର୍ଘଣ୍ଟ ହେବ। ବିଦ୍ୟାଳୟ ସମୟ ବାଦ୍‌ ଛାତ୍ରୀଛାତ୍ରମାନେ ସ୍ମାର୍ଟ ଫୋନ ଏବଂ କମ୍ପ୍ୟୁଟର ମାଧ୍ୟମରେ ଲଗ୍‌ଇନ୍‌ କରି ଅଧିକ ଜ୍ଞାନ ହାସଲ କରିପାରିବେ। ଆବଶ୍ୟକ ପଡ଼ିଲେ ବିଶେଷଜ୍ଞଙ୍କ ପରାମର୍ଶ ନେଇପାରିବେ। ଚଳିତବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାରରୁ ଅଧିକ ଉଚ୍ଚ ବିଦ୍ୟାଳୟରେ ପ୍ରାଥମିକ ଭାବେ ଏହା କାର୍ଯ୍ୟକାରୀ କରାଯିବ। ପରବର୍ତ୍ତୀ ସମୟରେ ଅନ୍ୟ ସମସ୍ତ ବିଦ୍ୟାଳୟରେ ଏବଂ ଷଷ୍ଠ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ଶିକ୍ଷା ଉପକରଣ ପ୍ରସ୍ତୁତ କରାଯିବ। ସରଳ ଢଙ୍ଗରେ ଓଡ଼ିଆ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଗଣିତରେ ସେମାନଙ୍କ ଦକ୍ଷତା ବୃଦ୍ଧି କରିପାରିବେ ବୋଲି ଆଶା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri