ମିଳିଲା ଆଉ ୫୦ କ୍ରିପ୍ଟୋ ୱାଲେଟ୍‌

ଭୁବନେଶ୍ୱର,୪।୧୧ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କୁ ଗୁରୁବାର ୩ ଦିନିଆ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ପଚରାଉଚରା ପରେ ନିହାରରଞ୍ଜନଙ୍କ କ୍ରିପ୍ଟୋ କାରବାର ସମ୍ପର୍କରେ ଭିଜିଲାନ୍ସକୁ ଅଧିକ ତଥ୍ୟ ମିଳିଛି। ଚଢ଼ାଉ ସମୟରେ ୩୮ଟି କ୍ରିପ୍ଟୋ ୱାଲେଟ୍‌ ଜବତ ହୋଇଥିବାବେଳେ ଏବେ ଆଉ ୫୦ ନୂଆ କ୍ରିପ୍ଟୋ ୱାଲେଟ୍‌ ମିଳିଛି। ଫଳରେ ନିହାର ରଞ୍ଜନଙ୍କ କ୍ରିପ୍ଟୋ ୱାଲେଟ ସଂଖ୍ୟା ୮୮କୁ ବୃଦ୍ଧି ପାଇଛି। ଅଭିଯୁକ୍ତ ନିହାର ରଞ୍ଜନ ଏସବୁରେ ମୋଟ ୨ କୋଟିରୁ ଅଧିକ ନିବେଶ କରିଥିବା ଜଣାପଡିଛି। ତାଙ୍କୁ ଫାଇନାନ୍‌ସିଆଲ୍‌ ଏକ୍ସପଟର୍‌ସ ଓ ଟେକ୍‌ନିକାଲ କର୍ମଚାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ପଚରାଉଚରା କରୁଛନ୍ତି। ଏପରିକି ମୁମ୍ବାଇରୁ ସ୍ବତନ୍ତ୍ର କ୍ରିପ୍ଟୋ ଏକ୍ସପର୍ଟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚତ୍ ତଦନ୍ତକାରୀ ଟିମ୍‌କୁ ସହାୟତା କରୁଛନ୍ତି। ନିହାର ରଞ୍ଜନ କ୍ରିପ୍ଟୋ କରେନ୍ସିରେ ଏପରି ଆଉ ଅଧିକ ଟଙ୍କା ନିବେଶ କରିଥିବା ଭିଜିଲାନ୍ସ ସନ୍ଦେହ କରୁଛି। ତେଣୁ ତଦନ୍ତକାରୀ ଟିମ୍‌ ତାଙ୍କ ବ୍ୟାଙ୍କ ନେଣଦେଣ ଯାଞ୍ଚ କରିବା ସହ କ୍ରିପ୍ଟୋ କାରବାର ଉପରେ ଅଧିକ ଅନୁସନ୍ଧାନ କରୁଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ରିମାଣ୍ଡର ଦ୍ୱିତୀୟ ଦିନରେ ଏହି ମାମଲାରେ ଭିଜିଲାନ୍ସକୁ ଅଧିକ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ଟିମ୍‌ ଶୁକ୍ରବାର ନିହାର ରଞ୍ଜନଙ୍କ ଘର ସମେତ ୩ ଜିଲାର ୬ ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ସୁନା ଅଳଙ୍କାର, ପ୍ଲଟ, ଫ୍ଲାଟ୍‌, ଯାନବାହାନ ଏବଂ ଘରୋଇ ଉପକରଣ ସମେତ ମୋଟ ୩.୯୬ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା, ଯାହାକି ତାଙ୍କ ପ୍ରକୃତ ଆୟଠାରୁ ୨୭୫ ପ୍ରତିଶତ ଅଧିକ। ଏନେଇ ଭିଜିଲାନ୍ସ ନିହାର ରଞ୍ଜନ ଓ ତାଙ୍କ ସ୍ତ୍ରୀଙ୍କ ନାମରେ ମାମଲା ରୁଜୁ କରିଛି। ଶନିବାର ନିହାର ରଞ୍ଜନଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri