ମାଓବାଦୀ କ୍ୟାମ୍ପ ଠାବ, ମିଳିଲା ଗର୍ଭ ନିରୋଧକ ବଟିକା, କିଟ୍‌

ବଟିକା ଫୁଲବାଣୀ ଅଫିସ,୧୨।୬: କନ୍ଧମାଳ ଜିଲା ଗୋଚ୍ଛାପଡା ଥାନା ଅନ୍ତର୍ଗତ ସଶୀକେତା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଜିଲା ପୋଲିସ ଏବଂ ଯବାନମାନେ କୋମ୍ବିଂ ଅପରେଶନ ଚଳାଇଥିବା ବେଳେ ଉକ୍ତ କ୍ୟାମ୍ପ ଠାବ କରିଥିଲେ। ସେଠାରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ସେଥିମଧ୍ୟରେ ୧୭ଟି ଜିଲେଟିନ ଷ୍ଟିକ, ହାତ ତିଆରି ଇନସାସ ମାଗାଜିନ, ବହୁତ ଅପ୍ରସ୍ତୁତ ମାଗାଜିନ, ୟୁନିଫର୍ମ, ଔଷଧ, ଗର୍ଭ ନିରୋଧକ ବଟିକା, ସୋଲାର ପ୍ଲେଟ, ମାଓବାଦୀ ପୁସ୍ତିକା ଆଦି ରହିଛି। ସଶୀକେତା ଗ୍ରାମଠାରୁ ପ୍ରାୟ ଦୁଇ କି.ମି. ଦୂର ଜଙ୍ଗଲ ମଧ୍ୟରେ ଥିବା ଏକ ଗୁମ୍ଫାରୁ ଏ ସବୁ ସାମଗ୍ରୀ ଜବତ ହୋଇଥିବା କନ୍ଧମାଳ ଏସ୍‌ପି ବିନିତ ଅଗ୍ରୱାଲ ରବିବାର ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଏସ୍‌ପି ଆହୁରି କହିଛନ୍ତି ଯେ, ମାଓବାଦୀ ଚଳପ୍ରଚଳ ନେଇ ନିର୍ଭରଯୋଗ୍ୟ ସୂତ୍ରରୁ ଖବରପାଇ ପୋଲିସ, ଏସ୍‌ଓଜି ଏବଂ ଡିଭିଏଫ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ଅପରେଶନ କରାଯାଇଥିଲା।ଗୁମ୍ଫା ଭିତରେ ମାଓବାଦୀଙ୍କ ବିଭିନ୍ନ ସାମଗ୍ରୀ ଲୁଚାଇ ରଖାଯାଇଥିବା ଦେଖିବାକୁ ମିଳିଥିଲା । ତେବେ ବିପୁଳ ପରିମାଣର ଗର୍ଭ ନିରୋଧକ ବଟିକା ଓ ଗର୍ଭ ପରୀକ୍ଷଣ କିଟ୍‌ ମିଳିବା ଘଟଣାରୁ ମାଓବାଦୀ କ୍ୟାମ୍ପଗୁଡ଼ିକରେ ମହିଳା କ୍ୟାଡରମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ସ୍ପଷ୍ଟ ହେଉଛି ବୋଲି ଏସ୍‌ପି କହିଛନ୍ତି। ମାଓବାଦୀମାନେ ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଅଛନ୍ତି। ହେଲେ କେହି ହାବୁଡ଼ରେ ପଡି ନାହାନ୍ତି। ଜିଲାରେ କେକେବିଏନ୍‌ ସଙ୍ଗଠନ କାର୍ଯ୍ୟ କରୁଥିବା ଏସ୍‌ପି ପ୍ରକାଶ କରିଛନ୍ତି। ଆଖପାଖ ଅଞ୍ଚଳରେ କୋମ୍ବିଂକୁ ଜୋରଦାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri