ଟାଇଟାନର ୫କୋଟିପତିଙ୍କ ମିଳିଲା ମୃତଦେହ, ଚିହ୍ନିବା ହେଉଛି କଷ୍ଟକର

ଓ୍ବାଶିଂଟନ୍‌,୨୯।୬:ଟାଇଟାନିକ ଦେଖିବାକୁ ଯାଇଥିବା ଟାଇଟାନ୍‌ ଅଥଳ ପାଣି ଭିତରେ ଅନ୍ତସ୍ଫୋଟ ହୋଇଛି। ସେଥିରେ ଥିବା ପୃଥିବୀର ପାଞ୍ଚ କୋଟିପତିଙ୍କ ମୃତ୍ୟୁ ହୋଇଛି। ତେବେ ଟାଇଟାନ ଧ୍ୱଂସାବଶେଷରୁ ମଣିଷଙ୍କ ମୃତଦେହ ଉଦ୍ଧାର ହୋଇଛି ବୋଲି ଆମେରିକାର ତଟରକ୍ଷୀ ସୂଚନା ଦେଇଛନ୍ତି

ଆମେରିକାର ତଟରକ୍ଷୀ ବାହିନୀ ସୂଚନା ଦେଇଛନ୍ତି ଯେ, ବୁଧବାର ଟାଇଟାନର ଧ୍ୱଂସାବଶେଷକୁ ସ୍ଥଳଭାଗକୁ ଅଣାଯାଇଥିଲା। ଟାଇଟାନରୁ ମଣିଷର ଅବଶେଷ ମିଳିଛି। ଆମେରିକାର ତଟରକ୍ଷୀ ମୁଖ୍ୟ କ୍ୟାପଟେନ ଜେସନ ନେଉବାଉର୍‌ କହିଛନ୍ତି ଯେ, ଏହି ଜରୁରୀ ପ୍ରମାଣ ପ୍ରାପ୍ତ ହୋଇଥିବାରୁ ସମସ୍ତ ଅନ୍ତର୍ଜାତୀୟ ତଥା ଆନ୍ତଃ ଏଜେନ୍ସିଙ୍କ ସହାୟତା ପାଇଁ ମୁଁ କୃତଜ୍ଞ।

କ୍ୟାପଟେନ ଜେସନ କହିଛନ୍ତି ଯେ, ଏହି ଦୁର୍ଘଟଣାରୁ ମିଳିଥିବା ପ୍ରମାଣ ଅନ୍ତର୍ଜାତୀୟ ଅନୁସନ୍ଧାନକାରୀଙ୍କୁ ବିଭିନ୍ନ ତଥ୍ୟ ସଂଗ୍ରହ କରିବାରେ ସାହାଯ୍ୟ କରିବ। ଯାହା ଆଗାମୀ ସମୟରେ ବିଭିନ୍ନ କାରଣକୁ ବୁଝିବାରେ ସାହାଯ୍ୟ କରିବ। ଏଥିସହ ଏପରି ପ୍ରମାଣ ଯୋଗୁଁ ଏପରି ଦୁଃଖଦ ଘଟଣା ଯେପରି ପୁନରାବୃତ୍ତି ନ ହୁଏ ସେଥିପାଇଁ ଏହା ସାହାଯ୍ୟ କରିବ। ଟାଇଟାନର ଧ୍ୱଂସାବଶେଷ ଖୋଜିବାକୁ କାନାଡାର ଜାହାଜ ହୋରିଜନ ଆର୍କଟିକ ଦ୍ୱାରା ଏକ ମାନବ ବିହୀନ ଆର୍‌ଓଭିକୁ ପଠାଯାଇଥିଲା । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା କୋଟିପତିଙ୍କ ମୃତଦେହ ଅତ୍ୟନ୍ତ ଖରାପ ଅବସ୍ଥାରେ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri