ମିଲ୍‌ ଭିତରୁ ପାଇଲେ, ବେପାରୀଙ୍କୁ ଦାୟୀ କଲେ

ସମ୍ବଲପୁର,୧୯।୧୧(ବ୍ୟୁରୋ): ସମ୍ବଲପୁର ଜିଲା ଚାଆଁରପୁର ଅଞ୍ଚଳରେ ଚାଷୀମାନେ ୯ ଗାଡି ଧାନ ଅଟକ ରଖି ଯୋଗାଣ ବିଭାଗକୁ ଜିମା ଦେଇଥିଲେ। ମିଲ ଭିତରେ ମଧ୍ୟ ୭ ଗାଡିରେ ଧାନ ରହିଥିଲା। ଯୋଗାଣ ବିଭାଗର ଏକ ଟିମ୍‌ ଧାନ ଜବତ କରି ସ୍ଥାନୀୟ ନାରାୟଣୀ ମିଲ୍‌ରେ ଜିମା ଦେଇଥିଲା। ଏହାକୁ ନେଇ ତଦନ୍ତ ଆରମ୍ଭ ହୋଇଥିଲା। ତଦନ୍ତ ପରେ ଜିଲାପାଳଙ୍କ ପାଖରେ ଯୋଗାଣ ବିଭାଗ ପକ୍ଷରୁ ରିପୋର୍ଟ ଦାଖଲ କରାଯାଇଛି। ମିଲ ଭିତରୁ ଧାନ ଗାଡି ଜବତ ହୋଇଥିଲେ ମଧ୍ୟ ଏଥିରେ ବେପାରୀଙ୍କୁ ଦାୟୀ କରାଯାଇଛି। ଏଥିରେ ୪ ଜଣ ବେପାରୀଙ୍କ ନାମରେ ଅଭିଯୋଗ କରିଛି ଯୋଗାଣ ବିଭାଗ।
ଅନ୍ୟପଟେ ମିଲ୍‌ ମାଲିକଙ୍କୁ ସୁରକ୍ଷା ଦେବାକୁ ଯାଇ ଯୋଗାଣ ବିଭାଗ ରିପୋର୍ଟରେ ଚଞ୍ଚକତା କରିଛି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ମିଲ୍‌ ଭିତରକୁ ଧାନ କିଭଳି ଗଲା। ମିଲ ମାଲିକଙ୍କ ଜାଣତରେ ଧାନ ଗାଡି ଭିତରେ ରହିଥିଲା। ଚାଷୀମାନେ ଧରି ଯୋଗାଣ ବିଭାଗ ପାଖରେ ଅଭିଯୋଗ କଲା ପରେ ମଧ୍ୟ ମିଲ ମାଲିକଙ୍କୁ କ୍ଲିନ ଚିଟ୍‌ ଦିଆଯାଇଛି। ମାର୍କେଟ ଖୋଲିବା ପୂର୍ବରୁ ମିଲର୍ସମାନେ ଗତବର୍ଷର ଚାଉଳ ଦେବାକୁ ଚୋରାରେ ଧାନ କିଣୁଛନ୍ତି। ଚାଷୀମାନେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ମିଲରେ କେତେ ଧାନ ଥିଲା ଏବେ କେତେ ରହିଛି, ଉକ୍ତ ଧାନ କେଉଁ କିସମ ଓ କେତେ ପୁରୁଣା ଏସବୁ ତଦନ୍ତ ହେବା ଆବଶ୍ୟକ ବୋଲି ଚାଷୀମାନେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ନଭେମ୍ବର ୧୪ରେ ଚାଷୀମାନେ ୯ ଗୋଟି ଧାନ ବୋଝେଇ ଗାଡି ଅଟକ ରଖିଥିଲେ। ଯୋଗାଣ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ତିନୋଟି ମିଲ୍‌ ଯାଞ୍ଚ କରିଥିଲେ। ଦୁଇଟି ମିଲରୁ ଦୁଇଟି ଲେଖାଏ ଓ ଗୋଟିଏ ମିଲରୁ ୫ଟି ଗାଡ଼ି ଜବତ କରିଥିଲେ। ଏହାମଧ୍ୟରେ ଚାଉଁରପୁର ନିକଟରେ ଥିବା ଚନ୍ଦ୍ରମା ରାଇସ୍‌ ମିଲ, ସମଲେଶ୍ୱରୀ ଗ୍ରାମଉଦ୍ୟୋଗ, ଏମ୍‌ଏସ୍‌ ଫୁଡ ମିଲ ରହିଥିଲା। ଏ ସମ୍ପର୍କରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ରାମଚନ୍ଦ୍ର ଟୁଡୁ କହିଛନ୍ତି, ସ୍ବତନ୍ତ୍ର ଟିମ୍‌ ଦେଇଥିବା ରିପୋର୍ଟ ଜିଲାପାଳଙ୍କ ପାଖରେ ଦାଖଲ କରାଯାଇଛି। ଏଥିରେ ବେପାରୀଙ୍କ ସମ୍ପୃକ୍ତି ଥିବା ଜଣାପଡିଛି। ସେମାନଙ୍କ ନାମରେ ମାମଲା ରୁଜୁ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପରବର୍ତ୍ତି ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri