ମିଳିଲା କ୍ଷମତା: ଜବରଦଖଲ ଉଚ୍ଛେଦ କରିପାରିବେ ତହସିଲଦାର

ଭୁବନେଶ୍ୱର,୧୫।୯(ବ୍ୟୁରୋ): ସର୍ବସାଧାରଣ ସ୍ଥାନରୁ ଜବରଦଖଲ ଉଚ୍ଛେଦ କରିବା ଲାଗି ରାଜ୍ୟ ସରକାର ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଇଷ୍ଟେଟ ଅଫିସର କ୍ଷମତା ପ୍ରଦାନ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନରେ ଥିବା ବ୍ୟବସ୍ଥାର ଭୁଲ ବୁଝାମଣା ଯୋଗୁ ସହରାଞ୍ଚଳରେ ବେଆଇନ ଜବରଦଖଲକୁ ତହସିଲଦାରମାନେ ଉଚ୍ଛେଦ କରି ପାରୁ ନ ଥିଲେ। ପୂର୍ବରୁ କେବଳ ଇଷ୍ଟେଟ ଅଫିସରମାନଙ୍କୁ ସରକାରୀ ଜବରଦଖଲ ହଟାଇବା ଅଧିକାର ଦିଆଯାଇଥ୍‌ତ୍ବା ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ତହସିଲଦାରମାନଙ୍କର ସହରାଞ୍ଚଳରେ ଜବରଦଖଲ ଉଚ୍ଛେଦ କରିବାର କୌଣସି କ୍ଷମତା ନ ଥିଲା। ଏହି ଧାରଣାକୁ ଦୂର କରାଯାଇ ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଇଷ୍ଟେଟ ଅଫିସର କ୍ଷମତା ଦିଆଯାଇଛି ବୋଲି ସଚିବ କହିଛନ୍ତି। ଏଥିପାଇଁ ଆଇନ ବିଭାଗର ସହମତି ଲୋଡାଯାଇଥିଲା। ବିଭାଗ ପକ୍ଷରୁ ଆଇନ ବିଶେଷଜ୍ଞଙ୍କ ପରାମର୍ଶ ନିଆଯିବା ପରେ ଏ ନେଇ ସବୁଜ ସଙ୍କେତ ମିଳିଥିଲା। ଏହା ପରେ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri