ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ନବନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ମଧ୍ୟ ଉଦ୍‌ଘାଟିତ ହୋଇଥିଲା।
ଆୟୋଜିତ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀ ନିବାସକୁ ଉଦ୍‌ଘାଟନ କରିଥିଲେ। ପରେ ଅନୁଷ୍ଠିତ ସଭାରେ ଯୋଗଦେଇ ସେ କହିଥିଲେ ଯେ, ସରକାର ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କୁ ଉନ୍ନତ ଶିକ୍ଷା ପରିବେଶ ଯୋଗାଇଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ନୂତନ ଛାତ୍ରୀ ନିବାସ ଦ୍ୱାରା ଛାତ୍ରୀମାନେ ଉପକୃତ ହେବା ସହ ଶିକ୍ଷାକ୍ଷେତ୍ରରେ ଏହା ଏକ ନୂତନ ସୁଯୋଗ ସୃଷ୍ଟି କରିବ ବୋଲି ସେ ମତବ୍ୟକ୍ତ କରିଥିଲେ।
ବିଦ୍ୟାଳୟର ପ୍ରଧାନଶିକ୍ଷକ ଅନୁଷ୍ଠିତ ସଭାରେ ସଭାପତିତ୍ୱ କରିଥିଲେ। ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ, ଭାଜପା ନେତା ବିଷ୍ଣୁ ପ୍ରସାଦ ପ୍ରଧାନ, ଜିଲୁଣ୍ଡି ସରପଞ୍ଚ ରଞ୍ଜିତ ଆରୁଖ, ସମିତିସଭ୍ୟ ରଣବିଜୟ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ।
ଏହି ଅବସରରେ ବିଦ୍ୟାଳୟର ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ମନୋରଞ୍ଜନଧର୍ମୀ ଓ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?