ଓଜିବିର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧୧।୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ (ଓଜିବି)ର ଦ୍ୱାଦଶ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ ଓଜିବିର ମୁଖ୍ୟ କାର୍ଯ୍ୟାଳୟ ଠାରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ବ୍ୟାଙ୍କର ସମସ୍ତ ଅଧିକାରୀ, କର୍ମଚାରୀ ଏବଂ ପରିବାର ସଦସ୍ୟମାନଙ୍କ ନିମନ୍ତେ ଆୟୋଜନ କରିଥିଲା। ଏଥିସହ ବ୍ୟାଙ୍କର ବିଭିନ୍ନ କ୍ଷେତ୍ରରେ ଯଥା ଲୋକ ଅଦାଲତ, ମିଶନ ଜନସୁରକ୍ଷା, ଅଟଳ ପେନ୍‌ସନ ଯୋଜନା ଇତ୍ୟାଦିରେ ଉଚ୍ଚ ପ୍ରଦର୍ଶନ କରିଥିବା ବ୍ୟାଙ୍କ ଶାଖା ଏବଂ ଆଞ୍ଚଳିକ କାର୍ଯ୍ୟାଳୟଗୁଡ଼ିକୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ବ୍ୟାଙ୍କର ଅଧ୍ୟକ୍ଷ ଋଷି ସିଂହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ଋଣ ପ୍ରଦାନରେ ଶ୍ରେଷ୍ଠ ବ୍ୟାଙ୍କ ଭାବେ ବିବେଚିତ ହେବା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ପୁରସ୍କାର ପାଇବା ପାଇଁ ବ୍ୟାଙ୍କର କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଏଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବା ପାଇଁ କର୍ମଚାରୀମାନଙ୍କୁ ସେ ଉତ୍ସାହିତ କରିଥିଲେ। ପରିଶେଷର ବ୍ୟାଙ୍କ ପକ୍ଷରୁ ଏକ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲାବେଳେ ସ୍ଥାନୀୟ ଅଞ୍ଚଳର ଅନାଥ ଆଶ୍ରମଗୁଡିକ ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଆଲମିରା, ବହି, ଖାତା, ପେନ୍‌, ରାସନ ସାମଗ୍ରୀ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri