ଭୁବନେଶ୍ୱର,୧୩।୯: (ଅଭୟ ଦାଶ): ଓରିଏଣ୍ଟାଲ୍ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ୍ର ୭୮ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଭୁବନେଶ୍ୱରସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ କେୟାର ହସ୍ପିଟାଲ ଓ ହେରିଟେଜ୍ ହେଲ୍ଥ ଇନ୍ସ୍ୟୁରାନ୍ସ ଟିପିଏ ପ୍ରାଇଭେଟ୍ ଲିମିଟେଡ୍ର ମିଳିତ ସହଯୋଗରେ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିରର ଆୟୋଜନ କରାଯାଇଥିଲା। ଏହି ଶିବିରକୁ କମ୍ପାନୀର ଉପମହାପ୍ରବନ୍ଧକ ଜେ.ଏନ୍. ସେଠୀ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ସେହିଭଳି ଏହି ଶିବିର ଜରିଆରେ କମ୍ପାନୀ କର୍ମଚାରୀ ଓ ଅନ୍ୟମାନଙ୍କର ବିପି, ଡାଇବେଟିସ୍, ଚକ୍ଷୁ, ଦାନ୍ତ ଏବଂ ହାର୍ଟ ଆଦିର ପ୍ରାଥମିକ ପରୀକ୍ଷା କରାଯାଇଥିଲା। ଏହି ଅବସରରେ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ଏକ ବିଶେଷ ବୈଠକର ଆୟୋଜନ କରାଯାଇଥିଲା। ଏଥିରେ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସହ ଅନ୍ୟ ଶାଖା କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ଉତ୍ତମ ଗ୍ରାହକ ସେବା ଯୋଗାଇଦେବା ସହ ହିତାଧିକାରୀଙ୍କ ଦାବି ଓ ଅଭିଯୋଗ ସମାଧାନ ଆଦି ଉପରେ ବିଶେଷ ଗୁରୁତ୍ୱ ଦେବା ପାଇଁ ସେଠୀ ପରାମର୍ଶ ଦେଇଥିଲେ।
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା
ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…
ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ
ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…
TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍ କାଟ୍…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍ ସରବରାହ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ
୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…
ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ
ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

