ପ୍ରତିଷ୍ଠା ଦିବସରେ ମିଳିଲା ଗୁରୁଦାୟିତ୍ୱ

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ): ଭଞ୍ଜନଗର ରୋଟାରୀ କ୍ଳବର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ସଭାପତି ବସନ୍ତ କୁମାର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମ୍ପାଦକ ରାମଚନ୍ଦ୍ର ମିଶ୍ର ବାର୍ଷିକ ବିବରଣୀ ସହ କ୍ଳବର କାର୍ଯ୍ୟକ୍ରମ ଉପରେ କହିଥିଲେ ।

ଏହି ଅବସରରେ ପୂର୍ବତନ ସଭାପତି ଶ୍ରୀରାମ ପ୍ରସାଦ ପାଳ, ସନ୍ତୋଷ କୁମାର ଜେନା ଓ ପ୍ରଶାନ୍ତ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ପ୍ରାକ୍ତନ ସଭାପତି ପ୍ରଦ୍ୟୁମ୍ନ କୁମାର ମଳିକ ରୋଟାରୀ କ୍ଲବର ସେବା କାର୍ଯ୍ୟ ସମ୍ପର୍କରେ କହିଥିଲେ। ଅନ୍ୟତମ ପ୍ରାକ୍ତନ ସଭାପତି ରବୀନ୍ଦ୍ର ପାଣିଗ୍ରାହୀ, ସନତ କୁମାର ସୁବୁଦ୍ଧି ଅତୀତର କାର୍ଯ୍ୟ ସହ ଏହାର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ଉପରେ ଅବଗତ କରାଇଥିଲେ।

ଆଗାମୀ ୨୦୨୫-୨୬ ସଭାପତି ରଞ୍ଜିତ କୁମାର ବାରିକ ଚଳିତ ବର୍ଷର ସମସ୍ତ କାର୍ଯ୍ୟକ୍ରମ ଉପରେ ମନ୍ତବ୍ୟ ପ୍ରଦାନ ସହ ସମସ୍ତଙ୍କ ସହଯୋଗରେ କ୍ଳବର ସେବା ଓ ସହଯୋଗ କାମନା କରିଥିଲେ l କ୍ଲବର ସମସ୍ତ ସଭ୍ୟ ଓ କର୍ମକର୍ତ୍ତାଙ୍କ ସହମତରେ ମହିଳାମାନଙ୍କୁ ନେଇ ଏକ ଇନର ହୁଇଲ କ୍ଳବ ଗଠନ କରାଯାଇଥିଲା ।

ସୁନିତା ବାରିକଙ୍କୁ ଏହାର ସଭାନେତ୍ରୀ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ଏସ୍‌ ବବିତା ସୁବୁଦ୍ଧିଙ୍କୁ ସମ୍ପାଦିକା ଭାବେ ଚୟନ କରାଯାଇଥିଲା l ପରବର୍ତ୍ତୀ ସମୟରେ ବାଇ ଲ୍‌ ଅନୁସାରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସଭାନେତ୍ରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମରେ ଶତାଧିକ ରୋଟାରୀ ପରିବାର ଯୋଗ ଦେଇଥିଲେ। ଶେଷରେ ସୁଧୀର କୁମାର ପାଣିଗ୍ରାହୀ ଧନ୍ୟବାଦ ଜ୍ଞାପନ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri